< ଗୀତସଂହିତା 3 >

1 ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ। ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି। ମୋʼ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ।
מזמור לדוד בברחו מפני אבשלום בנו יהוה מה רבו צרי רבים קמים עלי׃
2 ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ। (ସେଲା)
רבים אמרים לנפשי אין ישועתה לו באלהים סלה׃
3 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ।
ואתה יהוה מגן בעדי כבודי ומרים ראשי׃
4 ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। (ସେଲା)
קולי אל יהוה אקרא ויענני מהר קדשו סלה׃
5 ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି।
אני שכבתי ואישנה הקיצותי כי יהוה יסמכני׃
6 ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ।
לא אירא מרבבות עם אשר סביב שתו עלי׃
7 ହେ ସଦାପ୍ରଭୋ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।
קומה יהוה הושיעני אלהי כי הכית את כל איבי לחי שני רשעים שברת׃
8 ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ। (ସେଲା)
ליהוה הישועה על עמך ברכתך סלה׃

< ଗୀତସଂହିତା 3 >