< ଗୀତସଂହିତା 30 >
1 ଗୀତ; ଗୃହ-ପ୍ରତିଷ୍ଠାକାଳୀନ ଗୀତ; ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ।
En Salme. En Sang ved Husets Indvielse. Af David. HERRE, jeg ophøjer dig, thi du bjærgede mig, lod ej mine Fjender glæde sig over mig;
2 ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି, ତୁମ୍ଭେ ମୋତେ ସୁସ୍ଥ କରିଅଛ।
HERRE min Gud, jeg raabte til dig, og du helbredte mig.
3 ହେ ସଦାପ୍ରଭୋ, ତୁମ୍ଭେ ପାତାଳରୁ ମୋʼ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ। (Sheol )
Fra Dødsriget, HERRE, drog du min Sjæl, kaldte mig til Live af Gravens Dyb. (Sheol )
4 ହେ ସଦାପ୍ରଭୁଙ୍କର ସଦ୍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି, ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ।
Lovsyng HERREN, I hans fromme, pris hans hellige Navn!
5 କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।
Thi et Øjeblik varer hans Vrede, Livet igennem hans Naade; om Aftenen gæster os Graad, om Morgenen Frydesang.
6 ମୁଁ ଆପଣା ସମୃଦ୍ଧି ସମୟରେ କହିଲି, ମୁଁ କେବେ ବିଚଳିତ ନୋହିବି।
Jeg tænkte i min Tryghed: »Jeg rokkes aldrig i Evighed!«
7 ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ମାତ୍ର ଯଦି ତୁମ୍ଭେ ଆପଣା ମୁଖ ଲୁଚାଇଲ; ତେବେ ମୁଁ ବ୍ୟାକୁଳ ହେଲି।
HERRE, i Naade havde du fæstnet mit Bjerg; du skjulte dit Aasyn, jeg blev forfærdet.
8 ହେ ସଦାପ୍ରଭୋ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି।
Jeg raabte, HERRE, til dig, og tryglende bad jeg til HERREN:
9 ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ?
»Hvad Vinding har du af mit Blod, af at jeg synker i Graven? Kan Støv mon takke dig, raabe din Trofasthed ud?
10 ହେ ସଦାପ୍ରଭୋ, ଶୁଣ ଓ ମୋʼ ପ୍ରତି ଦୟା କର; ସଦାପ୍ରଭୋ, ତୁମ୍ଭେ ମୋହର ସହାୟ ହୁଅ।
HERRE, hør og vær naadig, HERRE, kom mig til Hjælp!«
11 ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ;
Du vendte min Sorg til Dans, løste min Sørgedragt, hylled mig i Glæde,
12 ଏଥିପାଇଁ ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି।
at min Ære skal prise dig uden Ophør. HERRE min Gud, jeg vil takke dig evigt!