< ଗୀତସଂହିତା 30 >
1 ଗୀତ; ଗୃହ-ପ୍ରତିଷ୍ଠାକାଳୀନ ଗୀତ; ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ।
Utenzi wa kuweka wakfu hekalu. Zaburi ya Daudi. Nitakutukuza wewe, Ee Bwana, kwa kuwa umeniinua kutoka vilindi, na hukuacha adui zangu washangilie juu yangu.
2 ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି, ତୁମ୍ଭେ ମୋତେ ସୁସ୍ଥ କରିଅଛ।
Ee Bwana, Mungu wangu, nilikuita unisaidie na wewe umeniponya.
3 ହେ ସଦାପ୍ରଭୋ, ତୁମ୍ଭେ ପାତାଳରୁ ମୋʼ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ। (Sheol )
Ee Bwana, umenitoa Kuzimu, umeniokoa nisishuke kwenye shimo la mauti. (Sheol )
4 ହେ ସଦାପ୍ରଭୁଙ୍କର ସଦ୍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି, ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ।
Mwimbieni Bwana, enyi watakatifu wake; lisifuni jina lake takatifu.
5 କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।
Kwa maana hasira yake ni ya muda mfupi, bali upendo wake hudumu siku zote. Inawezekana kilio kiwepo usiku kucha, lakini asubuhi kukawa na furaha.
6 ମୁଁ ଆପଣା ସମୃଦ୍ଧି ସମୟରେ କହିଲି, ମୁଁ କେବେ ବିଚଳିତ ନୋହିବି।
Nilipofanikiwa nilisema, “Sitatikiswa kamwe.”
7 ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ମାତ୍ର ଯଦି ତୁମ୍ଭେ ଆପଣା ମୁଖ ଲୁଚାଇଲ; ତେବେ ମୁଁ ବ୍ୟାକୁଳ ହେଲି।
Ee Bwana, uliponijalia, uliuimarisha mlima wangu, lakini ulipouficha uso wako nilifadhaika.
8 ହେ ସଦାପ୍ରଭୋ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି।
Kwako wewe, Ee Bwana, niliita, kwa Bwana niliomba rehema:
9 ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ?
“Kuna faida gani katika kuangamia kwangu? Katika kushuka kwangu shimoni? Je, mavumbi yatakusifu? Je, yatatangaza uaminifu wako?
10 ହେ ସଦାପ୍ରଭୋ, ଶୁଣ ଓ ମୋʼ ପ୍ରତି ଦୟା କର; ସଦାପ୍ରଭୋ, ତୁମ୍ଭେ ମୋହର ସହାୟ ହୁଅ।
Ee Bwana, unisikie na kunihurumia, Ee Bwana, uwe msaada wangu.”
11 ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ;
Uligeuza maombolezo yangu kuwa kucheza, ulinivua nguo za gunia ukanivika shangwe,
12 ଏଥିପାଇଁ ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି।
ili moyo wangu uweze kukusifu na usikae kimya. Ee Bwana Mungu wangu, nitakushukuru milele.