< ଗୀତସଂହିତା 31 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ; ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କର।
For the choirmaster. A Psalm of David. In You, O LORD, I have taken refuge; let me never be put to shame; save me by Your righteousness.
2 ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋʼ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ।
Incline Your ear to me; come quickly to my rescue. Be my rock of refuge, the stronghold of my deliverance.
3 କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ।
For You are my rock and my fortress; lead me and guide me for the sake of Your name.
4 ସେମାନେ ଗୋପନରେ ମୋʼ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଉଦ୍ଧାର କର; କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ।
You free me from the net laid out for me, for You are my refuge.
5 ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୋ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ।
Into Your hands I commit my spirit; You have redeemed me, O LORD, God of truth.
6 ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ।
I hate those who cling to worthless idols, but in the LORD I trust.
7 ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋʼ ପ୍ରାଣର ତତ୍ତ୍ୱ ନେଇଅଛ।
I will be glad and rejoice in Your loving devotion, for You have seen my affliction; You have known the anguish of my soul.
8 ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ।
You have not delivered me to the enemy; You have set my feet in the open.
9 ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର, କାରଣ ମୁଁ ବିପଦଗ୍ରସ୍ତ; ଦୁଃଖରେ ମୋହର ଚକ୍ଷୁ, ମୋହର ପ୍ରାଣ ଓ ମୋହର ଶରୀର କ୍ଷୀଣ ହେଉଅଛି।
Be merciful to me, O LORD, for I am in distress; my eyes fail from sorrow, my soul and body as well.
10 କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋʼ ଅପରାଧ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି।
For my life is consumed with grief and my years with groaning; my iniquity has drained my strength, and my bones are wasting away.
11 ମୁଁ ଆପଣା ସମସ୍ତ ବିପକ୍ଷଙ୍କ ସକାଶୁ ଆପଣା ପ୍ରତିବାସୀମାନଙ୍କର ଅତ୍ୟନ୍ତ ନିନ୍ଦାସ୍ପଦ ଓ ଆପଣା ପରିଚିତମାନଙ୍କର ଭୟସ୍ଥଳ ହୋଇଅଛି, ମୋତେ ବାହାରେ ଦେଖିଲା ଲୋକମାନେ ମୋʼ ନିକଟରୁ ପଳାଇଲେ।
Among all my enemies I am a disgrace, and among my neighbors even more. I am dreaded by my friends— they flee when they see me on the street.
12 ମୁଁ ମୃତ ଲୋକ ତୁଲ୍ୟ ମନରୁ ବିସ୍ମୃତ ହୋଇଅଛି; ମୁଁ ଭଗ୍ନ ପାତ୍ର ସଦୃଶ।
I am forgotten like a dead man, out of mind. I am like a broken vessel.
13 କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋʼ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋʼ ପ୍ରାଣ ନେବା ପାଇଁ ସଂକଳ୍ପ କଲେ।
For I hear the slander of many; there is terror on every side. They conspire against me and plot to take my life.
14 ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଶରଣ ନିଏ; ମୁଁ କହେ, “ତୁମ୍ଭେ ମୋହର ପରମେଶ୍ୱର।”
But I trust in You, O LORD; I say, “You are my God.”
15 ମୋହର ସମୟ ସବୁ ତୁମ୍ଭର ହସ୍ତଗତ; ମୋʼ ଶତ୍ରୁଗଣ ହସ୍ତରୁ ଓ ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର।
My times are in Your hands; deliver me from my enemies and from those who pursue me.
16 ଆପଣା ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର; ଆପଣା ସ୍ନେହପୂର୍ଣ୍ଣ କରୁଣାରେ ମୋତେ ପରିତ୍ରାଣ କର।
Make Your face shine on Your servant; save me by Your loving devotion.
17 ହେ ସଦାପ୍ରଭୋ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ। (Sheol h7585)
O LORD, let me not be ashamed, for I have called on You. Let the wicked be put to shame; let them lie silent in Sheol. (Sheol h7585)
18 ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି।
May lying lips be silenced— lips that speak with arrogance against the righteous, full of pride and contempt.
19 ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍!
How great is Your goodness which You have laid up for those who fear You, which You have bestowed before the sons of men on those who take refuge in You!
20 ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ୱାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ।
You hide them in the secret place of Your presence from the schemes of men. You conceal them in Your shelter from accusing tongues.
21 ସଦାପ୍ରଭୁ ଧନ୍ୟ ହେଉନ୍ତୁ; କାରଣ ସେ ଦୃଢ଼ ନଗରରେ ମୋʼ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି।
Blessed be the LORD, for He has shown me His loving devotion in a city under siege.
22 ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋʼ ନିବେଦନର ରବ ଶୁଣିଲ।
In my alarm I said, “I am cut off from Your sight!” But You heard my plea for mercy when I called to You for help.
23 ହେ ସଦାପ୍ରଭୁଙ୍କ ସଦ୍‍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର; ସଦାପ୍ରଭୁ ବିଶ୍ୱସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି।
Love the LORD, all His saints. The LORD preserves the faithful, but fully repays the arrogant.
24 ହେ ସଦାପ୍ରଭୁଙ୍କଠାରେ ଭରସାକାରୀ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ ତୁମ୍ଭମାନଙ୍କ ଅନ୍ତଃକରଣ ସାହସିକ ହେଉ।
Be strong and courageous, all you who hope in the LORD.

< ଗୀତସଂହିତା 31 >