< ଗୀତସଂହିତା 32 >

1 ଦାଉଦଙ୍କ ଗୀତ। ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ।
لِدَاوُدَ. قَصِيدَةٌ طُوبَى لِلَّذِي غُفِرَ إِثْمُهُ وَسُتِرَتْ خَطِيَّتُهُ.١
2 ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ।
طُوبَى لِرَجُلٍ لَا يَحْسِبُ لَهُ ٱلرَّبُّ خَطِيَّةً، وَلَا فِي رُوحِهِ غِشٌّ.٢
3 ମୁଁ ମୌନ ହୋଇଥିବା ବେଳେ ଦିନସାରା ଆର୍ତ୍ତନାଦ କରିବା ଦ୍ୱାରା ମୋହର ଅସ୍ଥିସବୁ କ୍ଷୟ ପାଇଲା।
لَمَّا سَكَتُّ بَلِيَتْ عِظَامِي مِنْ زَفِيرِي ٱلْيَوْمَ كُلَّهُ،٣
4 କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା; ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା। (ସେଲା)
لِأَنَّ يَدَكَ ثَقُلَتْ عَلَيَّ نَهَارًا وَلَيْلًا. تَحَوَّلَتْ رُطُوبَتِي إِلَى يُبُوسَةِ ٱلْقَيْظِ. سِلَاهْ.٤
5 ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। (ସେଲା)
أَعْتَرِفُ لَكَ بِخَطِيَّتِي وَلَا أَكْتُمُ إِثْمِي. قُلْتُ: «أَعْتَرِفُ لِلرَّبِّ بِذَنْبِي» وَأَنْتَ رَفَعْتَ أَثَامَ خَطِيَّتِي. سِلَاهْ.٥
6 ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍‍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ।
لِهَذَا يُصَلِّي لَكَ كُلُّ تَقِيٍّ فِي وَقْتٍ يَجِدُكَ فِيهِ. عِنْدَ غَمَارَةِ ٱلْمِيَاهِ ٱلْكَثِيرَةِ إِيَّاهُ لَا تُصِيبُ.٦
7 ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। (ସେଲା)
أَنْتَ سِتْرٌ لِي. مِنَ ٱلضِّيقِ تَحْفَظُنِي. بِتَرَنُّمِ ٱلنَّجَاةِ تَكْتَنِفُنِي. سِلَاهْ.٧
8 ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି।
«أُعَلِّمُكَ وَأُرْشِدُكَ ٱلطَّرِيقَ ٱلَّتِي تَسْلُكُهَا. أَنْصَحُكَ. عَيْنِي عَلَيْكَ.٨
9 ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ; ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ, ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ।
لَا تَكُونُوا كَفَرَسٍ أَوْ بَغْلٍ بِلَا فَهْمٍ. بِلِجَامٍ وَزِمَامٍ زِينَتِهِ يُكَمُّ لِئَلَّا يَدْنُوَ إِلَيْكَ».٩
10 ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ।
كَثِيرَةٌ هِيَ نَكَبَاتُ ٱلشِّرِّيرِ، أَمَّا ٱلْمُتَوَكِّلُ عَلَى ٱلرَّبِّ فَٱلرَّحْمَةُ تُحِيطُ بِهِ.١٠
11 ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ୱନି କର।
ٱفْرَحُوا بِٱلرَّبِّ وَٱبْتَهِجُوا يَا أَيُّهَا ٱلصِّدِّيقُونَ، وَٱهْتِفُوا يَا جَمِيعَ ٱلْمُسْتَقِيمِي ٱلْقُلُوبِ.١١

< ଗୀତସଂହିତା 32 >