< ଗୀତସଂହିତା 32 >

1 ଦାଉଦଙ୍କ ଗୀତ। ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ।
Ta Dawuda. Maskil ne. Mai farin ciki ne shi wanda aka gafarta masa laifofinsa, wanda aka shafe zunubansa.
2 ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ।
Mai farin ciki ne mutumin da Ubangiji ba ya lissafin zunubinsa a kansa wanda kuma babu ruɗu a ruhunsa.
3 ମୁଁ ମୌନ ହୋଇଥିବା ବେଳେ ଦିନସାରା ଆର୍ତ୍ତନାଦ କରିବା ଦ୍ୱାରା ମୋହର ଅସ୍ଥିସବୁ କ୍ଷୟ ପାଇଲା।
Sa’ad da na yi shiru, ƙasusuwana sun yi ta mutuwa cikin nishina dukan yini.
4 କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା; ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା। (ସେଲା)
Gama dare da rana hannunka yana da nauyi a kaina; an shanye ƙarfina ƙaf sai ka ce a zafin bazara. (Sela)
5 ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। (ସେଲା)
Sa’an nan na furta zunubina a gare ka ban kuwa ɓoye laifina ba. Na ce, “Zan furta laifofina ga Ubangiji.” Ka kuwa gafarta laifin zunubina. (Sela)
6 ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍‍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ।
Saboda haka bari duk mai tsoron Allah yă yi addu’a gare ka yayinda kake samuwa; tabbatacce sa’ad da manyan ruwaye suka taso, ba za su kai wurinsa ba.
7 ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। (ସେଲା)
Kai ne wurin ɓuyata; za ka tsare ni daga wahala ka kewaye ni da waƙoƙin ceto. (Sela)
8 ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି।
Zan umarce ka in kuma koyar da kai a hanyar da za ka bi; Zan ba ka shawara in kuma lura da kai.
9 ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ; ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ, ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ।
Kada ka zama kamar doki ko doki, wanda ba su da azanci wanda dole sai an bi da su da linzami da ragama in ba haka ba, ba za su zo wurinka ba.
10 ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ।
Azaban mugu da yawa suke, amma ƙaunar Ubangiji marar ƙarewa kan kewaye mutumin da ya dogara gare shi.
11 ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ୱନି କର।
Ku yi farin ciki a cikin Ubangiji ku kuma yi murna, ku adalai; ku rera, dukanku waɗanda zuciyarku take daidai!

< ଗୀତସଂହିତା 32 >