< ଗୀତସଂହିତା 34 >

1 ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ୍‍ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ୱାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ। ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ।
לדוד-- בשנותו את-טעמו לפני אבימלך ויגרשהו וילך ב אברכה את-יהוה בכל-עת תמיד תהלתו בפי
2 ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ।
ביהוה תתהלל נפשי ישמעו ענוים וישמחו
3 ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ।
גדלו ליהוה אתי ונרוממה שמו יחדו
4 ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ।
דרשתי את-יהוה וענני ומכל-מגורותי הצילני
5 ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ।
הביטו אליו ונהרו ופניהם אל-יחפרו
6 ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ।
זה עני קרא ויהוה שמע ומכל-צרותיו הושיעו
7 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି।
חנה מלאך-יהוה סביב ליראיו ויחלצם
8 ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।
טעמו וראו כי-טוב יהוה אשרי הגבר יחסה-בו
9 ହେ ତାହାଙ୍କର ସଦ୍‍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ।
יראו את-יהוה קדשיו כי-אין מחסור ליראיו
10 ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ।
כפירים רשו ורעבו ודרשי יהוה לא-יחסרו כל-טוב
11 ହେ ବାଳକମାନେ, ଆସ, ମୋʼ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି।
לכו-בנים שמעו-לי יראת יהוה אלמדכם
12 ଯେ ଜୀବନ ବାଞ୍ଛା କରେ ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ?
מי-האיש החפץ חיים אהב ימים לראות טוב
13 ତୁମ୍ଭେ ହିଂସାରୁ ଆପଣା ଜିହ୍ୱା ଓ ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର।
נצר לשונך מרע ושפתיך מדבר מרמה
14 ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ୱେଷଣ କର ଓ ତହିଁର ଅନୁଗାମୀ ହୁଅ।
סור מרע ועשה-טוב בקש שלום ורדפהו
15 ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି।
עיני יהוה אל-צדיקים ואזניו אל-שועתם
16 ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ।
פני יהוה בעשי רע להכרית מארץ זכרם
17 ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ।
צעקו ויהוה שמע ומכל-צרותם הצילם
18 ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।
קרוב יהוה לנשברי-לב ואת-דכאי-רוח יושיע
19 ଧାର୍ମିକର ବିପଦ ଅନେକ; ମାତ୍ର ସେହିସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।
רבות רעות צדיק ומכלם יצילנו יהוה
20 ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ।
שמר כל-עצמותיו אחת מהנה לא נשברה
21 ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ।
תמותת רשע רעה ושנאי צדיק יאשמו
22 ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ।
פדה יהוה נפש עבדיו ולא יאשמו כל-החסים בו

< ଗୀତସଂହିତା 34 >