< ଗୀତସଂହିତା 34 >
1 ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ୍ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ୱାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ। ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ।
다윗이 아비멜렉 앞에서 미친체하다가 쫓겨나서 지은 시 내가 여호와를 항상 송축함이여 그를 송축함이 내 입에 계속하리로다
2 ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ।
내 영혼이 여호와로 자랑하리니 곤고한 자가 이를 듣고 기뻐하리로다
3 ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ।
나와 함께 여호와를 광대하시다 하며 함께 그 이름을 높이세
4 ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ।
내가 여호와께 구하매 내게 응답하시고 내 모든 두려움에서 나를 건지셨도다
5 ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ।
저희가 주를 앙망하고 광채를 입었으니 그 얼굴이 영영히 부끄럽지 아니하리로다
6 ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ।
이 곤고한 자가 부르짖으매 여호와께서 들으시고 그 모든 환난에서 구원하셨도다
7 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି।
여호와의 사자가 주를 경외하는 자를 둘러 진치고 저희를 건지시는도다
8 ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।
너희는 여호와의 선하심을 맛보아 알지어다 그에게 피하는 자는 복이 있도다
9 ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ।
너희 성도들아 여호와를 경외하라 저를 경외하는 자에게는 부족함이 없도다
10 ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ।
젊은 사자는 궁핍하여 주릴지라도 여호와를 찾는 자는 모든 좋은 것에 부족함이 없으리로다
11 ହେ ବାଳକମାନେ, ଆସ, ମୋʼ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି।
너희 소자들아 와서 내게 들으라 내가 여호와를 경외함을 너희에게 가르치리로다
12 ଯେ ଜୀବନ ବାଞ୍ଛା କରେ ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ?
생명을 사모하고 장수하여 복 받기를 원하는 사람이 누구뇨
13 ତୁମ୍ଭେ ହିଂସାରୁ ଆପଣା ଜିହ୍ୱା ଓ ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର।
네 혀를 악에서 금하며 네 입술을 궤사한 말에서 금할지어다
14 ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ୱେଷଣ କର ଓ ତହିଁର ଅନୁଗାମୀ ହୁଅ।
악을 버리고 선을 행하며 화평을 찾아 따를지어다
15 ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି।
여호와의 눈은 의인을 향하시고 그 귀는 저희 부르짖음에 기울이시는도다
16 ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ।
여호와의 얼굴은 행악하는 자를 대하사 저희의 자취를 땅에서 끊으려 하시는도다
17 ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ।
의인이 외치매 여호와께서 들으시고 저희의 모든 환난에서 건지셨도다
18 ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।
여호와는 마음이 상한 자에게 가까이 하시고 중심에 통회하는 자를 구원하시는도다
19 ଧାର୍ମିକର ବିପଦ ଅନେକ; ମାତ୍ର ସେହିସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।
의인은 고난이 많으나 여호와께서 그 모든 고난에서 건지시는도다
20 ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ।
그 모든 뼈를 보호하심이여 그 중에 하나도 꺽이지 아니하도다
21 ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ।
악이 악인을 죽일 것이라 의인을 미워하는 자는 죄를 받으리로다
22 ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ।
여호와께서 그 종들의 영혼을 구속하시나니 저에게 피하는 자는 다 죄를 받지 아니하리로다