< ଗୀତସଂହିତା 34 >

1 ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ୍‍ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ୱାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ। ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ।
Zaburi ya Daudi, alipojifanya mwendawazimu mbele ya Abimeleki, ambaye alimfukuza, naye akaondoka. Nitamtukuza Bwana nyakati zote, sifa zake zitakuwa midomoni mwangu siku zote.
2 ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ।
Nafsi yangu itajisifu katika Bwana, walioonewa watasikia na wafurahi.
3 ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ।
Mtukuzeni Bwana pamoja nami, naam, na tulitukuze jina lake pamoja.
4 ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ।
Nilimtafuta Bwana naye akanijibu, akaniokoa kwenye hofu zangu zote.
5 ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ।
Wale wamtazamao hutiwa nuru, nyuso zao hazifunikwi na aibu kamwe.
6 ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ।
Maskini huyu alimwita Bwana, naye akamsikia, akamwokoa katika taabu zake zote.
7 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି।
Malaika wa Bwana hufanya kituo akiwazunguka wale wamchao, naye huwaokoa.
8 ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।
Onjeni mwone kwamba Bwana ni mwema, heri mtu yule anayemkimbilia.
9 ହେ ତାହାଙ୍କର ସଦ୍‍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ।
Mcheni Bwana enyi watakatifu wake, kwa maana wale wamchao hawapungukiwi na chochote.
10 ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ।
Wana simba wenye nguvu hutindikiwa na kuona njaa, bali wale wamtafutao Bwana hawatakosa kitu chochote kilicho chema.
11 ହେ ବାଳକମାନେ, ଆସ, ମୋʼ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି।
Njooni, watoto wangu, mnisikilize, nitawafundisha kumcha Bwana.
12 ଯେ ଜୀବନ ବାଞ୍ଛା କରେ ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ?
Yeyote kati yenu anayependa uzima na kutamani kuziona siku nyingi njema,
13 ତୁମ୍ଭେ ହିଂସାରୁ ଆପଣା ଜିହ୍ୱା ଓ ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର।
basi auzuie ulimi wake na mabaya, na midomo yake kutokana na kusema uongo.
14 ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ୱେଷଣ କର ଓ ତହିଁର ଅନୁଗାମୀ ହୁଅ।
Aache uovu, atende mema, aitafute amani na kuifuatilia.
15 ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି।
Macho ya Bwana huwaelekea wenye haki, na masikio yake yako makini kusikiliza kilio chao.
16 ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ।
Uso wa Bwana uko kinyume na watendao maovu, ili kufuta kumbukumbu lao duniani.
17 ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ।
Wenye haki hulia, naye Bwana huwasikia, huwaokoa katika taabu zao zote.
18 ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।
Bwana yu karibu na waliovunjika moyo, na huwaokoa waliopondeka roho.
19 ଧାର୍ମିକର ବିପଦ ଅନେକ; ମାତ୍ର ସେହିସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।
Mwenye haki ana mateso mengi, lakini Bwana humwokoa nayo yote,
20 ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ।
huhifadhi mifupa yake yote, hata mmoja hautavunjika.
21 ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ।
Ubaya utamuua mtu mwovu, nao adui za mwenye haki watahukumiwa.
22 ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ।
Bwana huwakomboa watumishi wake, yeyote anayemkimbilia yeye hatahukumiwa kamwe.

< ଗୀତସଂହିତା 34 >