< ଗୀତସଂହିତା 35 >

1 ଦାଉଦଙ୍କର ଗୀତ। ସଦାପ୍ରଭୋ, ଯେଉଁମାନେ ମୋʼ ସଙ୍ଗେ ବିବାଦ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ବିବାଦ କର। ଯେଉଁମାନେ ମୋʼ ସଙ୍ଗେ ଯୁଦ୍ଧ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ଯୁଦ୍ଧ କର।
Zaburi ya Daudi. Ee Bwana, pingana na wale wanaopingana nami, upigane na hao wanaopigana nami.
2 ଢାଲ ଓ ଫଳକ ଧାରଣ କର ଓ ମୋର ସାହାଯ୍ୟ ନିମନ୍ତେ ଠିଆ ହୁଅ।
Chukua ngao na kigao. Inuka unisaidie.
3 ମଧ୍ୟ ବର୍ଚ୍ଛା ଧରି ମୋʼ ପଛେ ଗୋଡ଼ାଇବା ଲୋକମାନଙ୍କ ପଥ ରୁଦ୍ଧ କର; ମୋʼ ପ୍ରାଣକୁ କୁହ, ଆମ୍ଭେ ତୁମ୍ଭର ପରିତ୍ରାଣ।
Inua mkuki wako na fumo lako dhidi ya hao wanaonifuatia. Iambie nafsi yangu, “Mimi ni wokovu wako.”
4 ମୋʼ ପ୍ରାଣର ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ; ମୋହର ଅନିଷ୍ଟ ଚିନ୍ତକମାନେ ବିମୁଖ ଓ ବିବ୍ରତ ହେଉନ୍ତୁ।
Wafedheheshwe na waaibishwe wale wanaotafuta uhai wangu. Wanaofanya shauri kuniangamiza warudishwe nyuma kwa hofu.
5 ସେମାନେ ବାୟୁ ଆଗେ ତୁଷ ପରି ହେଉନ୍ତୁ ଓ ସଦାପ୍ରଭୁଙ୍କ ଦୂତ ସେମାନଙ୍କୁ ଘଉଡ଼ାଇ ଦେଉନ୍ତୁ।
Wawe kama makapi yapeperushwayo na upepo, malaika wa Bwana akiwafukuza.
6 ସେମାନଙ୍କ ପଥ ଅନ୍ଧକାରମୟ ଓ ଖସଡ଼ା ହେଉ, ପୁଣି, ସଦାପ୍ରଭୁଙ୍କ ଦୂତ ସେମାନଙ୍କ ପଛେ ଗୋଡ଼ାଉନ୍ତୁ।
Njia yao na iwe giza na ya utelezi, malaika wa Bwana akiwafuatilia.
7 ଯେହେତୁ ସେମାନେ ଅକାରଣରେ ମୋʼ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇଅଛନ୍ତି, ସେମାନେ ଅକାରଣରେ ମୋʼ ପାଇଁ ଖାତ ଖୋଳିଅଛନ୍ତି।
Kwa vile walinifichia wavu wao bila sababu, na bila sababu wamenichimbia shimo,
8 ଅଜ୍ଞାତସାରରେ ତାହାକୁ ସର୍ବନାଶ ଘଟୁ ଓ ତାହାର ଗୁପ୍ତ ଜାଲ ତାହାକୁ ହିଁ ଧରୁ; ସର୍ବନାଶ ସହିତ ସେ ତହିଁ ମଧ୍ୟରେ ପଡ଼ୁ।
maafa na yawapate ghafula: wavu walionifichia na uwatege wenyewe, na waanguke katika shimo hilo, kwa maangamizo yao.
9 ଆଉ, ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବ ଓ ତାହାଙ୍କ ପରିତ୍ରାଣରେ ଉଲ୍ଲାସ କରିବ।
Ndipo nafsi yangu itashangilia katika Bwana na kuufurahia wokovu wake.
10 ମୋହର ଅସ୍ଥିସକଳ କହିବ, “ହେ ସଦାପ୍ରଭୋ, ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ଦୁଃଖୀକୁ ତାହା ଅପେକ୍ଷା ବଳବାନ ଲୋକଠାରୁ, ମଧ୍ୟ ଦୁଃଖୀ ଓ ଦୀନହୀନକୁ ତାହାର ଲୁଟକାରୀଠାରୁ ଉଦ୍ଧାର କରିଥାଅ।”
Nitapaza sauti yangu nikisema, “Ni nani aliye kama wewe, Ee Bwana? Wewe huwaokoa maskini kutokana na wale walio na nguvu kuliko wao, maskini na mhitaji kutokana na wanaowanyangʼanya!”
11 ଅନ୍ୟାୟ ସାକ୍ଷୀମାନେ ଉଠୁଅଛନ୍ତି; ସେମାନେ ଆମ୍ଭର ଅଜ୍ଞାତ ବିଷୟ ଆମ୍ଭକୁ ପଚାରୁଅଛନ୍ତି।
Mashahidi wakatili wanainuka, wananiuliza mambo nisiyoyajua.
12 ସେମାନେ ହିତର ପରିବର୍ତ୍ତେ ମୋହର ଅହିତ କରନ୍ତି, ତହିଁରେ ମୋହର ପ୍ରାଣ ଅନାଥ ହୁଏ।
Wananilipa baya kwa jema na kuiacha nafsi yangu ukiwa.
13 ମାତ୍ର ସେମାନେ ପୀଡ଼ିତ ଥିବା ବେଳେ ଚଟ ମୋହର ପରିଧେୟ ବସ୍ତ୍ର ହେଲା; ମୁଁ ଉପବାସ କରି ଆପଣା ପ୍ରାଣକୁ କ୍ଳେଶ ଦେଲି ପୁଣି, ମୋହର ପ୍ରାର୍ଥନାର ଉତ୍ତର ମୋତେ ମିଳିଲା ନାହିଁ।
Lakini walipokuwa wagonjwa, nilivaa nguo ya gunia na nikajinyenyekesha kwa kufunga. Maombi yangu yaliponirudia bila kujibiwa,
14 ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି।
niliendelea kuomboleza kama vile wao ni rafiki au ndugu. Niliinamisha kichwa chini kwa huzuni kama ninayemwombolezea mama yangu.
15 ମାତ୍ର ମୋହର ପାଦ ଖସିଯିବା ବେଳେ ସେମାନେ ଆନନ୍ଦ କରି ଏକତ୍ରିତ ହେଲେ; ଅଧମ ଲୋକମାନେ ମୋʼ ଅଜ୍ଞାତସାରରେ ମୋʼ ପ୍ରତିକୂଳରେ ଏକତ୍ରିତ ହେଲେ; ସେମାନେ ମୋତେ ବିଦୀର୍ଣ୍ଣ କଲେ ଓ କ୍ଷାନ୍ତ ନୋହିଲେ;
Lakini nilipojikwaa, walikusanyika kwa shangwe; washambuliaji walijikusanya dhidi yangu bila mimi kujua. Walinisingizia pasipo kukoma.
16 ଭୋଜରେ ପାଷାଣ୍ଡ ଉପହାସକମାନଙ୍କ ପରି ସେମାନେ ମୋʼ ଉପରେ ଦନ୍ତ ଘର୍ଷଣ କଲେ।
Kama watu wasiomcha Mungu, wamenidhihaki, wamenisagia meno.
17 ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ଅନାଇ ଥିବ? ସେମାନଙ୍କ ଧ୍ୱଂସନରୁ ମୋହର ପ୍ରାଣକୁ, ସିଂହମାନଙ୍କଠାରୁ ମୋହର ଏକମାତ୍ର ଆତ୍ମାକୁ ରକ୍ଷା କର।
Ee Bwana, utatazama mpaka lini? Niokoe maisha yangu na maangamizi yao, uhai wangu wa thamani kutokana na simba hawa.
18 ମୁଁ ମହାସମାଜ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି। ମୁଁ ମହାଜନତା ମଧ୍ୟରେ ତୁମ୍ଭର ପ୍ରଶଂସା କରିବି।
Nami nitakushukuru mbele ya kusanyiko kubwa, nitakusifu katikati ya watu wengi.
19 ମୋʼ ଉପରେ ମୋʼ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ। କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ପରିହାସ କରିବାକୁ ଦିଅ ନାହିଁ।
Usiwaache wale wanaonisimanga, wale ambao ni adui zangu bila sababu; usiwaache wale ambao ni adui zangu bila sababu wakonyeze jicho kwa hila.
20 ସେମାନେ ଶାନ୍ତିର କଥା କହନ୍ତି ନାହିଁ; ମାତ୍ର ଦେଶସ୍ଥ ଶାନ୍ତ ଲୋକଙ୍କ ବିରୁଦ୍ଧରେ ଛଳକଥା କଳ୍ପନା କରନ୍ତି।
Hawazungumzi kwa amani, bali wanatunga mashtaka ya uongo dhidi ya wale wanaoishi kwa utulivu katika nchi.
21 ହଁ, ସେମାନେ ମୋʼ ବିରୁଦ୍ଧରେ କଥା କହିଲେ; ସେମାନେ କହିଲେ, “ହଁ, ହଁ, ଆମ୍ଭମାନଙ୍କ ଚକ୍ଷୁ ତାହା ଦେଖିଅଛି।”
Hunifumbulia vinywa vyao wakisema, “Aha! Aha! Kwa macho yetu wenyewe tumeliona.”
22 ହେ ସଦାପ୍ରଭୋ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୋ, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।
Ee Bwana, umeona hili, usiwe kimya. Usiwe mbali nami, Ee Bwana.
23 ହେ ମୋହର ପରମେଶ୍ୱର, ହେ ମୋହର ପ୍ରଭୋ, ଜାଗି ଉଠ, ମୋହର ବିଚାର ଓ ବିବାଦ ନିଷ୍ପତ୍ତି କରିବା ପାଇଁ ଜାଗ୍ରତ ହୁଅ।
Amka, inuka unitetee! Unipiganie Mungu wangu na Bwana wangu.
24 ହେ ସଦାପ୍ରଭୋ, ମୋହର ପରମେଶ୍ୱର, ତୁମ୍ଭର ଧର୍ମ ପ୍ରମାଣେ ମୋହର ବିଚାର କର ଓ ସେମାନଙ୍କୁ ମୋʼ ଉପରେ ଆନନ୍ଦ କରିବାକୁ ଦିଅ ନାହିଁ।
Nihukumu kwa haki yako, Ee Bwana Mungu wangu, sawasawa na haki yako; usiwaache wakusimange.
25 “ହଁ, ସେପରି ହେଉ ବୋଲି ଆମ୍ଭମାନଙ୍କ ଇଚ୍ଛା,” ଏହା ସେମାନେ ଆପଣା ଆପଣା ମନରେ ନ କହନ୍ତୁ; “ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ” ବୋଲି ସେମାନେ ନ କହନ୍ତୁ।
Usiwaache wafikiri, “Aha, hili ndilo tulilotaka!” Au waseme, “Tumemmeza.”
26 ଯେଉଁମାନେ ମୋʼ ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ବିବ୍ରତ ହେଉନ୍ତୁ; ଯେଉଁମାନେ ମୋʼ ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ।
Wote wanaofurahia dhiki yangu waaibishwe na wachanganyikiwe; hao wanaojiinua dhidi yangu wavikwe aibu na dharau.
27 ଯେଉଁମାନେ ମୋʼ ଧର୍ମରେ ସନ୍ତୁଷ୍ଟ, ସେମାନେ ଆନନ୍ଦଧ୍ୱନି କରି ଆହ୍ଲାଦିତ ହେଉନ୍ତୁ; ଆପଣା ଦାସର ସମୃଦ୍ଧିରେ ସନ୍ତୁଷ୍ଟ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ ବୋଲି ସେମାନେ ନିରନ୍ତର କହନ୍ତୁ।
Wale wanaofurahia hukumu yangu ya haki wapige kelele za shangwe na furaha; hebu waseme siku zote, “Bwana atukuzwe, ambaye amefurahia mafanikio ya mtumishi wake.”
28 ପୁଣି, ମୋହର ଜିହ୍ୱା ଦିନସାରା ତୁମ୍ଭ ଧର୍ମଗୁଣ ଓ ତୁମ୍ଭ ପ୍ରଶଂସାର କଥା କହିବ।
Ulimi wangu utanena haki yako na sifa zako mchana kutwa.

< ଗୀତସଂହିତା 35 >