< ଗୀତସଂହିତା 36 >

1 ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। ଦୁଷ୍ଟର ଅପରାଧ ମୋʼ ହୃଦୟ ମଧ୍ୟରେ କହେ, ପରମେଶ୍ୱର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର।
For the Chief Musician. By David, the servant of the LORD. A revelation is within my heart about the disobedience of the wicked: There is no fear of God before his eyes.
2 କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ।
For he flatters himself in his own eyes, too much to detect and hate his sin.
3 ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି।
The words of his mouth are iniquity and deceit. He has ceased to be wise and to do good.
4 ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ।
He plots iniquity on his bed. He sets himself in a way that is not good. He doesn’t abhor evil.
5 ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ।
Your loving kindness, LORD, is in the heavens. Your faithfulness reaches to the skies.
6 ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; ହେ ସଦାପ୍ରଭୋ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ।
Your righteousness is like the mountains of God. Your judgments are like a great deep. LORD, you preserve man and animal.
7 ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି।
How precious is your loving kindness, God! The children of men take refuge under the shadow of your wings.
8 ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ।
They shall be abundantly satisfied with the abundance of your house. You will make them drink of the river of your pleasures.
9 କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା।
For with you is the spring of life. In your light we will see light.
10 ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର।
Oh continue your loving kindness to those who know you, your righteousness to the upright in heart.
11 ଅହଙ୍କାରୀର ଚରଣ ମୋʼ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ।
Don’t let the foot of pride come against me. Don’t let the hand of the wicked drive me away.
12 ହେଇ, ଅଧର୍ମାଚାରୀମାନେ ପତିତ ହେଲେ; ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ।
There the workers of iniquity are fallen. They are thrust down, and shall not be able to rise.

< ଗୀତସଂହିତା 36 >