< ଗୀତସଂହିତା 37 >

1 ଦାଉଦଙ୍କର ଗୀତ। ତୁମ୍ଭେ ଦୁଷ୍କର୍ମକାରୀମାନଙ୍କ ସକାଶୁ ଆପଣାକୁ ବିରକ୍ତ କର ନାହିଁ, କିଅବା ଅଧର୍ମାଚାରୀମାନଙ୍କ ପ୍ରତି ଈର୍ଷାଭାବ ବହ ନାହିଁ।
ipsi David noli aemulari in malignantibus neque zelaveris facientes iniquitatem
2 କାରଣ ସେମାନେ ଘାସ ପରି ଶୀଘ୍ର କଟାଯିବେ ଓ କୋମଳ ତୃଣ ପରି ଶୁଷ୍କ ହେବେ।
quoniam tamquam faenum velociter arescent et quemadmodum holera herbarum cito decident
3 ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ।
spera in Domino et fac bonitatem et inhabita terram et pasceris in divitiis eius
4 ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ।
delectare in Domino et dabit tibi petitiones cordis tui
5 ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ।
revela Domino viam tuam et spera in eum et ipse faciet
6 ଆଉ, ସେ ଦୀପ୍ତି ତୁଲ୍ୟ ତୁମ୍ଭର ଧର୍ମ ଓ ମଧ୍ୟାହ୍ନ ତୁଲ୍ୟ ତୁମ୍ଭର ବିଚାର ପ୍ରକାଶ କରାଇବେ।
et educet quasi lumen iustitiam tuam et iudicium tuum tamquam meridiem
7 ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।
subditus esto Domino et ora eum noli aemulari in eo qui prosperatur in via sua in homine faciente iniustitias
8 କ୍ରୋଧରୁ କ୍ଷାନ୍ତ ହୁଅ ଓ କୋପ ତ୍ୟାଗ କର; ଆପଣାକୁ ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ।
desine ab ira et derelinque furorem noli aemulari ut maligneris
9 କାରଣ ଦୁଷ୍କର୍ମକାରୀମାନେ ଉଚ୍ଛିନ୍ନ ହେବେ; ମାତ୍ର ସଦାପ୍ରଭୁଙ୍କ ଅପେକ୍ଷାକାରୀମାନେ ଦେଶାଧିକାରୀ ହେବେ।
quoniam qui malignantur exterminabuntur sustinentes autem Dominum ipsi hereditabunt terram
10 ଆଉ, ଅଳ୍ପକ୍ଷଣ ଉତ୍ତାରେ ଦୁଷ୍ଟ ଲୋକ ନ ଥିବ; ତୁମ୍ଭେ ଯତ୍ନପୂର୍ବକ ତାହାର ସ୍ଥାନ ତତ୍ତ୍ୱ କରିବ, ଆଉ ସେ ନ ଥିବ।
et adhuc pusillum et non erit peccator et quaeres locum eius et non invenies
11 ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ।
mansueti autem hereditabunt terram et delectabuntur in multitudine pacis
12 ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦନ୍ତ କଡ଼ମଡ଼ କରେ।
observabit peccator iustum et stridebit super eum dentibus suis
13 ପ୍ରଭୁ ତାହାକୁ ଉପହାସ କରିବେ। କାରଣ ତାହାର ଅନ୍ତିମ ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି।
Dominus autem inridebit eum quia prospicit quoniam veniet dies eius
14 ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି।
gladium evaginaverunt peccatores intenderunt arcum suum ut decipiant pauperem et inopem ut trucident rectos corde
15 ସେମାନଙ୍କ ଖଡ୍ଗ ସେମାନଙ୍କ ନିଜ ହୃଦୟରେ ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ।
gladius eorum intret in corda ipsorum et arcus ipsorum confringatur
16 ଅନେକ ଦୁଷ୍ଟ ଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ।
melius est modicum iusto super divitias peccatorum multas
17 କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ ଧାର୍ମିକକୁ ଧରି ରଖିବେ।
quoniam brachia peccatorum conterentur confirmat autem iustos Dominus
18 ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ।
novit Dominus dies inmaculatorum et hereditas eorum in aeternum erit
19 ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ।
non confundentur in tempore malo et in diebus famis saturabuntur
20 ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି, ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ୱରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ।
quia peccatores peribunt inimici vero Domini mox honorificati fuerint et exaltati deficientes quemadmodum fumus defecerunt
21 ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ। ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ।
mutuabitur peccator et non solvet iustus autem miseretur et tribuet
22 କାରଣ ତାହାଙ୍କର ଆଶୀର୍ବାଦ ପ୍ରାପ୍ତ ଲୋକେ ଦେଶାଧିକାର କରିବେ; ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ
quia benedicentes ei hereditabunt terram maledicentes autem ei disperibunt
23 ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି।
apud Dominum gressus hominis dirigentur et viam eius volet
24 ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ; କାରଣ ସଦାପ୍ରଭୁ ସ୍ୱହସ୍ତରେ ତାହାକୁ ଧରି ରଖନ୍ତି।
cum ceciderit non conlidetur quia Dominus subponit manum suam
25 ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ।
iunior fui et senui et non vidi iustum derelictum nec semen eius quaerens panes
26 ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ସନ୍ତାନଗଣ ଆଶୀର୍ବାଦ ପାଆନ୍ତି।
tota die miseretur et commodat et semen illius in benedictione erit
27 ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ତେବେ ତୁମ୍ଭେ ଅନନ୍ତକାଳ ବାସ କରିବ।
declina a malo et fac bonum et inhabita in saeculum saeculi
28 କାରଣ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଆନ୍ତି ଓ ଆପଣା ସଦ୍‍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ।
quia Dominus amat iudicium et non derelinquet sanctos suos in aeternum conservabuntur iniusti punientur et semen impiorum peribit
29 ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ ବାସ କରିବ।
iusti autem hereditabunt terram et inhabitabunt in saeculum saeculi super eam
30 ଧାର୍ମିକର ମୁଖ ଜ୍ଞାନର କଥା କହେ ଓ ତାହାର ଜିହ୍ୱା ନ୍ୟାୟ ବିଚାରର କଥା କହେ।
os iusti meditabitur sapientiam et lingua eius loquetur iudicium
31 ତାହାର ପରମେଶ୍ୱରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; ତାହାର କୌଣସି ପାଦଗତି ଖସିଯିବ ନାହିଁ।
lex Dei eius in corde ipsius et non subplantabuntur gressus eius
32 ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ ଓ ତାହାକୁ ବଧ କରିବାକୁ ଚେଷ୍ଟା କରେ।
considerat peccator iustum et quaerit mortificare eum
33 ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ ନାହିଁ; କିଅବା ସେ ବିଚାରିତ ହେବା ବେଳେ ତାହାକୁ ଦୋଷୀ କରିବେ ନାହିଁ।
Dominus autem non derelinquet eum in manus eius nec damnabit eum cum iudicabitur illi
34 ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର, ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ; ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ।
expecta Dominum et custodi viam eius et exaltabit te ut hereditate capias terram cum perierint peccatores videbis
35 ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ୱଭୂମିରେ ସତେଜ ବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି।
vidi impium superexaltatum et elevatum sicut cedros Libani
36 ମାତ୍ର ଜଣେ ନିକଟ ଦେଇ ଗଲା, ଆଉ ଦେଖ, ସେ ନ ଥିଲା; ଆହୁରି, ମୁଁ ତାହାର ଅନ୍ୱେଷଣ କଲି, ମାତ୍ର ତାହାର ଉଦ୍ଦେଶ୍ୟ ମିଳିଲା ନାହିଁ।
et transivi et ecce non erat et quaesivi eum et non est inventus locus eius
37 ସିଦ୍ଧ ଲୋକକୁ ଲକ୍ଷ୍ୟ କର ଓ ସରଳ ଲୋକକୁ ନିରୀକ୍ଷଣ କର; କାରଣ ଶାନ୍ତିପ୍ରିୟ ଲୋକର ଶେଷ ଫଳ ଅଛି।
custodi innocentiam et vide aequitatem quoniam sunt reliquiae homini pacifico
38 ମାତ୍ର ଅଧର୍ମାଚାରୀମାନେ ଏକାବେଳେ ବିନଷ୍ଟ ହେବେ; ଦୁଷ୍ଟର ଶେଷ ଫଳ ଉଚ୍ଛିନ୍ନ ହେବ।
iniusti autem disperibunt simul reliquiae impiorum peribunt
39 ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ ହୁଏ; ସେ ସଙ୍କଟ ସମୟରେ ସେମାନଙ୍କର ଦୃଢ଼ ଦୁର୍ଗ ଅଟନ୍ତି।
salus autem iustorum a Domino et protector eorum in tempore tribulationis
40 ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ।
et adiuvabit eos Dominus et liberabit eos et eruet eos a peccatoribus et salvabit eos quia speraverunt in eo

< ଗୀତସଂହିତା 37 >