< ଗୀତସଂହିତା 38 >

1 ଦାଉଦଙ୍କର ଗୀତ, ସ୍ମରଣୋପାୟ। ହେ ସଦାପ୍ରଭୋ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ଡ କ୍ରୋଧରେ ମୋତେ ଶାସ୍ତି ଦିଅ ନାହିଁ।
Salimo la Davide. Kupempha. Yehova musandidzudzule mutapsa mtima kapena kundilanga muli ndi ukali.
2 କାରଣ ତୁମ୍ଭର ତୀରସବୁ ମୋʼ ଠାରେ ବିଦ୍ଧ ରହିଅଛି ଓ ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି।
Pakuti mivi yanu yandilasa, ndipo dzanja lanu latsika ndipo landifikira.
3 ତୁମ୍ଭ କୋପ ସକାଶୁ ମୋʼ ଶରୀର କିଛି ସ୍ୱାସ୍ଥ୍ୟ ନାହିଁ; ପୁଣି, ମୋʼ ପାପ ସକାଶୁ ମୋʼ ଅସ୍ଥିରେ କିଛି ଆରାମ ନାହିଁ।
Chifukwa cha ukali wanu mulibe thanzi mʼthupi langa; mafupa anga alibe mphamvu chifukwa cha tchimo langa.
4 କାରଣ ମୋହର ଅପରାଧ ମୋʼ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋʼ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ।
Kulakwa kwanga kwandipsinja ngati katundu wolemera kwambiri kuposa mphamvu zanga.
5 ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ ଓ ବିକୃତ ହୋଇଅଛି।
Mabala anga akuwola ndipo akununkha chifukwa cha uchitsiru wa moyo wanga wauchimo.
6 ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି। ମୁଁ ସାରାଦିନ ଶୋକ କରି ବୁଲୁଥାଏ।
Ine ndapindika msana ndipo ndawerama kwambiri; tsiku lonse ndimangolira.
7 କାରଣ ମୋʼ କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ ଓ ମୋହର ମାଂସରେ କିଛି ସ୍ୱାସ୍ଥ୍ୟ ନାହିଁ।
Msana wanga wagwidwa ndi ululu wosasimbika, mulibe thanzi mʼthupi langa.
8 ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି। ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି।
Ndilibe mphamvu ndipo ndakunthidwa kwathunthu; ndikubuwula ndi ululu wa mumtima.
9 ହେ ପ୍ରଭୋ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ।
Zokhumba zanga zonse zili poonekera pamaso panu Ambuye, kusisima kwanga sikunabisike kwa Inu.
10 ମୋହର ହୃଦୟ ଧୁକ୍‍ଧୁକ୍‍ କରୁଅଛି, ମୋହର ବଳ କ୍ଷୀଣ ହେଉଅଛି; ମୋହର ଚକ୍ଷୁର ତେଜ ମଧ୍ୟ ମୋʼ ଠାରୁ ଗଲାଣି।
Mtima wanga ukugunda, mphamvu zanga zikutha; ngakhale kuwala kwachoka mʼmaso mwanga.
11 ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ ମୋʼ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି।
Abwenzi anga ndi anzanga akundipewa chifukwa cha mabala anga; anansi anga akhala kutali nane.
12 ମଧ୍ୟ ଯେଉଁମାନେ ମୋʼ ପ୍ରାଣ ଚାହାନ୍ତି, ସେମାନେ ମୋʼ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି।
Iwo amene akufunafuna moyo wanga atchera misampha yawo, oti andipwetekewo amayankhula za kuwonongeka kwanga; tsiku lonse amakonza zachinyengo.
13 ମାତ୍ର ମୁଁ ବଧିର ଲୋକ ପରି ଶୁଣୁ ନାହିଁ; ପୁଣି, ମୁଁ ମୁଖ ନ ଫିଟାଇବା ଘୁଙ୍ଗା ଲୋକ ତୁଲ୍ୟ ହୁଏ।
Ine ndili ngati munthu wosamva amene sangamve, monga wosayankhula, amene sangathe kutsekula pakamwa pake;
14 ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ ନ ଥାଏ, ଏପରି ଲୋକ ତୁଲ୍ୟ ହୁଏ।
Ndakhala ngati munthu amene samva, amene pakamwa pake sipangathe kuyankha.
15 କାରଣ ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୋ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ।
Ndikudikira Inu Yehova; mudzayankha, Inu Ambuye Mulungu wanga.
16 କାରଣ ମୁଁ କହିଲି, “କେଜାଣି ମୋହର ଶତ୍ରୁମାନେ ମୋʼ ଉପରେ ଆନନ୍ଦ କରିବେ; ମୋʼ ପାଦ ଖସିଗଲା ବେଳେ ସେମାନେ ମୋʼ ପ୍ରତିକୂଳରେ ଦର୍ପ କରନ୍ତି।”
Pakuti Ine ndinati, “Musawalole kuti akondwere kapena kudzikweza okha pa ine pamene phazi langa laterereka.”
17 ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ଓ ମୋହର ଦୁଃଖ ସର୍ବଦା ମୋʼ ସମ୍ମୁଖରେ ଥାଏ।
Pakuti ndili pafupi kugwa, ndipo ndikumva kuwawa nthawi zonse.
18 ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା ପାପ ଲାଗି ଖେଦିତ ହେବି।
Ndikuvomereza mphulupulu zanga; ndipo ndavutika ndi tchimo langa.
19 ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ; ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି।
Ambiri ndi adani anga amphamvu; amene amandida popanda chifukwa alipo ochuluka kwambiri.
20 ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ।
Iwo amene amandibwezera zoyipa mʼmalo mwa zabwino amandinyoza pamene nditsatira zabwino.
21 ହେ ସଦାପ୍ରଭୋ, ମୋତେ ପରିତ୍ୟାଗ କର ନାହିଁ; ହେ ମୋହର ପରମେଶ୍ୱର, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।
Inu Yehova, musanditaye; musakhale kutali ndi ine Mulungu wanga.
22 ହେ ପ୍ରଭୋ, ମୋହର ପରିତ୍ରାଣ, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।
Bwerani msanga kudzandithandiza, Inu Ambuye Mpulumutsi wanga.

< ଗୀତସଂହିତା 38 >