< ଗୀତସଂହିତା 38 >
1 ଦାଉଦଙ୍କର ଗୀତ, ସ୍ମରଣୋପାୟ। ହେ ସଦାପ୍ରଭୋ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ଡ କ୍ରୋଧରେ ମୋତେ ଶାସ୍ତି ଦିଅ ନାହିଁ।
“A psalm of David. To bring to remembrance.” O LORD! rebuke me not in thy wrath, Nor chasten me in thy hot displeasure!
2 କାରଣ ତୁମ୍ଭର ତୀରସବୁ ମୋʼ ଠାରେ ବିଦ୍ଧ ରହିଅଛି ଓ ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି।
For thine arrows have deeply pierced me, And thy hand hath been heavy upon me.
3 ତୁମ୍ଭ କୋପ ସକାଶୁ ମୋʼ ଶରୀର କିଛି ସ୍ୱାସ୍ଥ୍ୟ ନାହିଁ; ପୁଣି, ମୋʼ ପାପ ସକାଶୁ ମୋʼ ଅସ୍ଥିରେ କିଛି ଆରାମ ନାହିଁ।
There is no soundness in my flesh, because of thine anger; Nor rest in my bones, because of my sin.
4 କାରଣ ମୋହର ଅପରାଧ ମୋʼ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋʼ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ।
For my iniquities have gone over my head; Like a heavy burden, they are more than I can bear.
5 ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ ଓ ବିକୃତ ହୋଇଅଛି।
My wounds putrefy and are loathsome on account of my folly.
6 ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି। ମୁଁ ସାରାଦିନ ଶୋକ କରି ବୁଲୁଥାଏ।
I am bent; I am bowed down greatly; I go mourning all the day long.
7 କାରଣ ମୋʼ କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ ଓ ମୋହର ମାଂସରେ କିଛି ସ୍ୱାସ୍ଥ୍ୟ ନାହିଁ।
For my loins are full of burning heat, And there is no soundness in my flesh.
8 ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି। ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି।
I am weakened and bruised exceedingly; I roar by reason of the disquietude of my heart.
9 ହେ ପ୍ରଭୋ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ।
O Lord! thou knowest all my desire, And my groaning is not hidden from thee!
10 ମୋହର ହୃଦୟ ଧୁକ୍ଧୁକ୍ କରୁଅଛି, ମୋହର ବଳ କ୍ଷୀଣ ହେଉଅଛି; ମୋହର ଚକ୍ଷୁର ତେଜ ମଧ୍ୟ ମୋʼ ଠାରୁ ଗଲାଣି।
My heart panteth; my strength faileth me; The very light of my eyes is gone from me.
11 ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ ମୋʼ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି।
My friends and acquaintance keep aloof from my woe, And my kinsmen stand afar off:
12 ମଧ୍ୟ ଯେଉଁମାନେ ମୋʼ ପ୍ରାଣ ଚାହାନ୍ତି, ସେମାନେ ମୋʼ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି।
While they who seek my life lay snares for me; They who seek my hurt threaten destruction, And meditate deceit all the day long.
13 ମାତ୍ର ମୁଁ ବଧିର ଲୋକ ପରି ଶୁଣୁ ନାହିଁ; ପୁଣି, ମୁଁ ମୁଖ ନ ଫିଟାଇବା ଘୁଙ୍ଗା ଲୋକ ତୁଲ୍ୟ ହୁଏ।
But I, like a deaf man, hear not; And, like a dumb man, open not my mouth.
14 ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ ନ ଥାଏ, ଏପରି ଲୋକ ତୁଲ୍ୟ ହୁଏ।
I am like one who heareth nothing, And in whose mouth is no reply.
15 କାରଣ ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୋ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ।
For in thee, O LORD! do I put my trust; Thou wilt hear, O Lord, my God!
16 କାରଣ ମୁଁ କହିଲି, “କେଜାଣି ମୋହର ଶତ୍ରୁମାନେ ମୋʼ ଉପରେ ଆନନ୍ଦ କରିବେ; ମୋʼ ପାଦ ଖସିଗଲା ବେଳେ ସେମାନେ ମୋʼ ପ୍ରତିକୂଳରେ ଦର୍ପ କରନ୍ତି।”
For I have prayed, “Let them not rejoice over me; Let them not exult at the slipping of my feet!”
17 ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ଓ ମୋହର ଦୁଃଖ ସର୍ବଦା ମୋʼ ସମ୍ମୁଖରେ ଥାଏ।
For I am ready to fall, And my pain doth never leave me;
18 ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା ପାପ ଲାଗି ଖେଦିତ ହେବି।
For I confess my iniquity, And am troubled on account of my sin.
19 ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ; ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି।
But my enemies flourish and are strong; They who hate me without cause are multiplied.
20 ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ।
They who repay good with evil are my enemies, Because I follow that which is good.
21 ହେ ସଦାପ୍ରଭୋ, ମୋତେ ପରିତ୍ୟାଗ କର ନାହିଁ; ହେ ମୋହର ପରମେଶ୍ୱର, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।
Forsake me not, O LORD! O my God! be not far from me!
22 ହେ ପ୍ରଭୋ, ମୋହର ପରିତ୍ରାଣ, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।
Make hast to mine aid, O Lord, my salvation!