< ଗୀତସଂହିତା 39 >

1 ପ୍ରଧାନ ବାଦ୍ୟକର ନିମନ୍ତେ, ଯିଦୂଥୂନ୍‍ ପାଇଁ ଦାଉଦଙ୍କର ଗୀତ। ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋʼ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି।”
Kwa mtsogoleri wa mayimbidwe. Kwa Yedutuni. Salimo la Davide. Ndinati, “Ndidzasamalira njira zanga ndipo ndidzasunga lilime langa kuti ndisachimwe; ndidzatseka pakamwa panga ndi chitsekerero nthawi yonse imene woyipa ali pamaso panga.”
2 ମୁଁ ମୌନ ହୋଇ ନୀରବ ଥିଲି, ସତ କଥାରୁ ହିଁ ନିବୃତ୍ତ ରହିଲି; ତହିଁରେ ମୋହର ଦୁଃଖ ପ୍ରବଳ ହେଲା;
Koma pamene ndinali chete osanena ngakhale kanthu kalikonse kabwino mavuto anga anachulukirabe.
3 ମୁଁ ମୋହର ଅନ୍ତରରେ ଅତିଶୟ ଚିନ୍ତିତ ହେଲି; ମୁଁ ଯେମିତି ମୋହର ସମସ୍ୟା ବିଷୟରେ ଭାବିଲି, ମୁଁ ଅଧିକ ଚିନ୍ତିତ ହେଲି; ତେବେ ମୁଁ ଆପଣା ଜିହ୍ୱାରେ କଥା କହିଲି;
Mtima wanga unatentha mʼkati mwanga, ndipo pamene ndinkalingalira, moto unayaka; kenaka ndinayankhula ndi lilime langa:
4 “ହେ ସଦାପ୍ରଭୋ, ମୋହର ଅନ୍ତିମକାଳ ଓ ମୋʼ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ।
“Yehova ndionetseni mathero a moyo wanga ndi chiwerengero cha masiku anga; mundidziwitse kuti moyo wanga ndi wosakhalitsa motani.
5 ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ; ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ ହିଁ ନିତାନ୍ତ ଅସାର। (ସେଲା)
Inu mwachititsa kuti masiku anga akhale ochepa kwambiri, kutalika kwa zaka zanga ndi kopanda phindu pamaso panu; moyo wa munthu aliyense ndi waufupi. (Sela)
6 ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ।
Munthu ali ngati chithunzithunzi chake pamene akuyenda uku ndi uku: Iye amangovutika koma popanda phindu; amadzikundikira chuma, osadziwa kuti chidzakhala chayani.
7 ହେ ପ୍ରଭୋ, ଏବେ ମୁଁ କାହିଁର ଅପେକ୍ଷା କରିବି? ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି।
“Koma tsopano Ambuye kodi ndifunanso chiyani? Chiyembekezo changa chili mwa Inu.
8 ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ।
Pulumutseni ku zolakwa zanga zonse; musandisandutse chonyozeka kwa opusa.
9 ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ।
Ine ndinali chete; sindinatsekule pakamwa panga pakuti Inu ndinu amene mwachita zimenezi.
10 ମୋʼ ଠାରୁ ତୁମ୍ଭ ଆଘାତ ଦୂର କର; ତୁମ୍ଭ କରାଘାତରେ ମୁଁ କ୍ଷୀଣ ହେଲି।
Chotsani mkwapulo wanu pa ine; ndagonjetsedwa ndi nkhonya ya dzanja lanu.
11 ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। (ସେଲା)
Inu mumadzudzula ndi kulanga anthu chifukwa cha tchimo lawo; mumawononga chuma chawo monga njenjete; munthu aliyense ali ngati mpweya. (Sela)
12 ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋʼ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ।
“Imvani pemphero langa Inu Yehova, mverani kulira kwanga kopempha thandizo; musakhale chete pamene ndikulirira kwa Inu, popeza ndine mlendo wanu wosakhalitsa; monga anachitira makolo anga onse.
13 ମୁଁ ଏଠାରୁ ପ୍ରସ୍ଥାନ କରିବାର ଓ ଆଉ ନ ଥିବାର ପୂର୍ବେ ଯେପରି ପ୍ରଫୁଲ୍ଲ ହେବି, ଏଥିପାଇଁ ମୋʼ ଠାରୁ ଦୃଷ୍ଟି ଫେରାଅ।”
Musandiyangʼane mwaukali, choncho ndidzatha kusangalala ndisanafe ndi kuyiwalika.”

< ଗୀତସଂହିତା 39 >