< ଗୀତସଂହିତା 39 >
1 ପ୍ରଧାନ ବାଦ୍ୟକର ନିମନ୍ତେ, ଯିଦୂଥୂନ୍ ପାଇଁ ଦାଉଦଙ୍କର ଗୀତ। ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋʼ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି।”
For the choirmaster. For Jeduthun. A Psalm of David. I said, “I will watch my ways so that I will not sin with my tongue; I will guard my mouth with a muzzle as long as the wicked are present.”
2 ମୁଁ ମୌନ ହୋଇ ନୀରବ ଥିଲି, ସତ କଥାରୁ ହିଁ ନିବୃତ୍ତ ରହିଲି; ତହିଁରେ ମୋହର ଦୁଃଖ ପ୍ରବଳ ହେଲା;
I was speechless and still; I remained silent, even from speaking good, and my sorrow was stirred.
3 ମୁଁ ମୋହର ଅନ୍ତରରେ ଅତିଶୟ ଚିନ୍ତିତ ହେଲି; ମୁଁ ଯେମିତି ମୋହର ସମସ୍ୟା ବିଷୟରେ ଭାବିଲି, ମୁଁ ଅଧିକ ଚିନ୍ତିତ ହେଲି; ତେବେ ମୁଁ ଆପଣା ଜିହ୍ୱାରେ କଥା କହିଲି;
My heart grew hot within me; as I mused, the fire burned. Then I spoke with my tongue:
4 “ହେ ସଦାପ୍ରଭୋ, ମୋହର ଅନ୍ତିମକାଳ ଓ ମୋʼ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ।
“Show me, O LORD, my end and the measure of my days. Let me know how fleeting my life is.
5 ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ; ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ ହିଁ ନିତାନ୍ତ ଅସାର। (ସେଲା)
You, indeed, have made my days as handbreadths, and my lifetime as nothing before You. Truly each man at his best exists as but a breath.
6 ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ।
Surely every man goes about like a phantom; surely he bustles in vain; he heaps up riches not knowing who will haul them away.
7 ହେ ପ୍ରଭୋ, ଏବେ ମୁଁ କାହିଁର ଅପେକ୍ଷା କରିବି? ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି।
And now, O Lord, for what do I wait? My hope is in You.
8 ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ।
Deliver me from all my transgressions; do not make me the reproach of fools.
9 ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ।
I have become mute; I do not open my mouth because of what You have done.
10 ମୋʼ ଠାରୁ ତୁମ୍ଭ ଆଘାତ ଦୂର କର; ତୁମ୍ଭ କରାଘାତରେ ମୁଁ କ୍ଷୀଣ ହେଲି।
Remove Your scourge from me; I am perishing by the force of Your hand.
11 ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। (ସେଲା)
You discipline and correct a man for his iniquity, consuming like a moth what he holds dear; surely each man is but a vapor.
12 ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋʼ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ।
Hear my prayer, O LORD, and give ear to my cry for help; do not be deaf to my weeping. For I am a foreigner dwelling with You, a stranger like all my fathers.
13 ମୁଁ ଏଠାରୁ ପ୍ରସ୍ଥାନ କରିବାର ଓ ଆଉ ନ ଥିବାର ପୂର୍ବେ ଯେପରି ପ୍ରଫୁଲ୍ଲ ହେବି, ଏଥିପାଇଁ ମୋʼ ଠାରୁ ଦୃଷ୍ଟି ଫେରାଅ।”
Turn Your gaze away from me, that I may again be cheered before I depart and am no more.”