< ଗୀତସଂହିତା 4 >

1 ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ମୋହର ଧର୍ମସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ।
Unijibu nikuitapo, Mungu wa haki yangu; uniokoe niwapo katika hatari. Unihurumie na usikie maombi yangu.
2 ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ? (ସେଲା)
Ninyi watu, mpaka lini mtaiabisha heshima yangu? Mpaka lini mtaendelea kupenda kile kisicho stahili na kutafuta uongo?
3 ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍‍ଭକ୍ତ ଲୋକକୁ ପୃଥକ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ।
Lakini mjue ya kuwa Yahweh huchagua watu wa kimungu kwa ajili yake. Nitakapo mwita Yahwe atasikia.
4 ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। (ସେଲା)
Tetemekeni na kuogopa, lakini msitende dhambi! Tafakarini mioyoni mwenu kwenye vitanda vyenu na muwe kimya.
5 ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
Toeni matoleo ya haki na muweke imani yenu katika Yahweh.
6 ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ?” ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର।
Wengi husema, “Ni nani atakaye tuonyesha chochote kilicho kizuri?” Yahweh, utuangazie nuru ya uso wako.
7 ତୁମ୍ଭେ ମୋʼ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ।
Umeupa moyo wangu furaha kuu kuliko wao wanapozidishiwa nafaka na divai mpaya.
8 ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।
Ni amani kuwa nitajilaza na kusinzia, kwako pekee, Yahweh, nifanye kuwa salama kabisa.

< ଗୀତସଂହିତା 4 >