< ଗୀତସଂହିତା 40 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ।
לַ֝מְנַצֵּ֗חַ לְדָוִ֥ד מִזְמֽוֹר׃ קַוֹּ֣ה קִוִּ֣יתִי יְהוָ֑ה וַיֵּ֥ט אֵ֝לַ֗י וַיִּשְׁמַ֥ע שַׁוְעָתִֽי׃
2 ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ।
וַיַּעֲלֵ֤נִי ׀ מִבּ֥וֹר שָׁאוֹן֮ מִטִּ֪יט הַיָּ֫וֵ֥ן וַיָּ֖קֶם עַל־סֶ֥לַע רַגְלַ֗י כּוֹנֵ֥ן אֲשֻׁרָֽי׃
3 ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ।
וַיִּתֵּ֬ן בְּפִ֨י ׀ שִׁ֥יר חָדָשׁ֮ תְּהִלָּ֪ה לֵֽאלֹ֫הֵ֥ינוּ יִרְא֣וּ רַבִּ֣ים וְיִירָ֑אוּ וְ֝יִבְטְח֗וּ בַּיהוָֽה׃
4 ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, ପୁଣି, ଅହଙ୍କାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ।
אַ֥שְֽׁרֵי הַגֶּ֗בֶר אֲשֶׁר־שָׂ֣ם יְ֭הֹוָה מִבְטַח֑וֹ וְֽלֹא־פָנָ֥ה אֶל־רְ֝הָבִ֗ים וְשָׂטֵ֥י כָזָֽב׃
5 ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭର କୃତ ଆଶ୍ଚର୍ଯ୍ୟକର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ।
רַבּ֤וֹת עָשִׂ֨יתָ ׀ אַתָּ֤ה ׀ יְהוָ֣ה אֱלֹהַי֮ נִֽפְלְאֹתֶ֥יךָ וּמַחְשְׁבֹתֶ֗יךָ אֵ֫לֵ֥ינוּ אֵ֤ין ׀ עֲרֹ֬ךְ אֵלֶ֗יךָ אַגִּ֥ידָה וַאֲדַבֵּ֑רָה עָ֝צְמ֗וּ מִסַּפֵּֽר׃
6 ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ।
זֶ֤בַח וּמִנְחָ֨ה ׀ לֹֽא־חָפַ֗צְתָּ אָ֭זְנַיִם כָּרִ֣יתָ לִּ֑י עוֹלָ֥ה וַ֝חֲטָאָ֗ה לֹ֣א שָׁאָֽלְתָּ׃
7 ତେବେ ମୁଁ କହିଲି, “ଦେଖ, ମୁଁ ଉପସ୍ଥିତ; ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି।
אָ֣ז אָ֭מַרְתִּי הִנֵּה־בָ֑אתִי בִּמְגִלַּת־סֵ֝֗פֶר כָּת֥וּב עָלָֽי׃
8 ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋʼ ହୃଦୟରେ ଅଛି।”
לַֽעֲשֽׂוֹת־רְצוֹנְךָ֣ אֱלֹהַ֣י חָפָ֑צְתִּי וְ֝ת֥וֹרָתְךָ֗ בְּת֣וֹךְ מֵעָֽי׃
9 ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ।
בִּשַּׂ֤רְתִּי צֶ֨דֶק ׀ בְּקָ֘הָ֤ל רָ֗ב הִנֵּ֣ה שְׂ֭פָתַי לֹ֣א אֶכְלָ֑א יְ֝הוָ֗ה אַתָּ֥ה יָדָֽעְתָּ׃
10 ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ କରି ନାହିଁ; ମୁଁ ତୁମ୍ଭର ବିଶ୍ୱସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ।
צִדְקָתְךָ֬ לֹא־כִסִּ֨יתִי ׀ בְּת֬וֹךְ לִבִּ֗י אֱמוּנָתְךָ֣ וּתְשׁוּעָתְךָ֣ אָמָ֑רְתִּי לֹא־כִחַ֥דְתִּי חַסְדְּךָ֥ וַ֝אֲמִתְּךָ֗ לְקָהָ֥ל רָֽב׃
11 ହେ ସଦାପ୍ରଭୋ, ତୁମ୍ଭେ ମୋʼ ଠାରୁ ଆପଣା ଦୟା ରୁଦ୍ଧ କର ନାହିଁ; ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମୋତେ ନିରନ୍ତର ରକ୍ଷା କରୁ।
אַתָּ֤ה יְהוָ֗ה לֹא־תִכְלָ֣א רַחֲמֶ֣יךָ מִמֶּ֑נִּי חַסְדְּךָ֥ וַ֝אֲמִתְּךָ֗ תָּמִ֥יד יִצְּרֽוּנִי׃
12 କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋʼ ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି।
כִּ֤י אָפְפ֥וּ־עָלַ֨י ׀ רָע֡וֹת עַד־אֵ֬ין מִסְפָּ֗ר הִשִּׂיג֣וּנִי עֲ֭וֹנֹתַי וְלֹא־יָכֹ֣לְתִּי לִרְא֑וֹת עָצְמ֥וּ מִשַּֽׂעֲר֥וֹת רֹ֝אשִׁ֗י וְלִבִּ֥י עֲזָבָֽנִי׃
13 ହେ ସଦାପ୍ରଭୋ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୋ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ।
רְצֵ֣ה יְ֭הוָה לְהַצִּילֵ֑נִי יְ֝הוָ֗ה לְעֶזְרָ֥תִי חֽוּשָׁה׃
14 ମୋʼ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ।
יֵ֘בֹ֤שׁוּ וְיַחְפְּר֨וּ ׀ יַחַד֮ מְבַקְשֵׁ֥י נַפְשִׁ֗י לִסְפּ֫וֹתָ֥הּ יִסֹּ֣גוּ אָ֭חוֹר וְיִכָּלְמ֑וּ חֲ֝פֵצֵ֗י רָעָתִֽי׃
15 ଯେଉଁମାନେ ମୋତେ “ହଁ ହଁ” ବୋଲି କହନ୍ତି, ସେମାନେ ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ।
יָ֭שֹׁמּוּ עַל־עֵ֣קֶב בָּשְׁתָּ֑ם הָאֹמְרִ֥ים לִ֝֗י הֶ֘אָ֥ח ׀ הֶאָֽח׃
16 ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେହି ସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ନିରନ୍ତର କହନ୍ତୁ, “ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ।”
יָ֘שִׂ֤ישׂוּ וְיִשְׂמְח֨וּ ׀ בְּךָ֗ כָּֽל־מְבַ֫קְשֶׁ֥יךָ יֹאמְר֣וּ תָ֭מִיד יִגְדַּ֣ל יְהוָ֑ה אֹֽ֝הֲבֵ֗י תְּשׁוּעָתֶֽךָ׃
17 ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ତଥାପି ପ୍ରଭୁ ମୋʼ ବିଷୟ ଚିନ୍ତା କରନ୍ତି; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ମୋହର ପରମେଶ୍ୱର, ବିଳମ୍ବ କର ନାହିଁ।
וַאֲנִ֤י ׀ עָנִ֣י וְאֶבְיוֹן֮ אֲדֹנָ֪י יַחֲשָׁ֫ב לִ֥י עֶזְרָתִ֣י וּמְפַלְטִ֣י אַ֑תָּה אֱ֝לֹהַ֗י אַל־תְּאַחַֽר׃

< ଗୀତସଂହିତା 40 >