< ଗୀତସଂହିତା 41 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଯେଉଁ ଜନ ଦୀନହୀନଙ୍କୁ ତତ୍ତ୍ୱାବଧାନ କରେ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ।
Kwa mtsogoleri wa mayimbidwe. Salimo la Davide. Wodala ndi munthu amene amaganizira anthu osauka; Yehova amamuwombola pa nthawi yamsautso.
2 ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ ପୃଥିବୀରେ ଆଶୀର୍ବାଦ ପ୍ରାପ୍ତ ହେବ; ପୁଣି, ସଦାପ୍ରଭୁ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ ସମର୍ପଣ କରିବେ ନାହିଁ।
Yehova adzamuteteza ndi kusunga moyo wake; Yehova adzamudalitsa iye mʼdziko ndipo sadzamupereka ku zofuna za adani ake.
3 ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର।
Yehova adzamuthandiza pamene akudwala ndipo adzamuchiritsa pa bedi lake la matenda.
4 ମୁଁ କହିଲି, “ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର; ମୋʼ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି।”
Ndinati, “Inu Yehova, mundichitire chifundo; chiritseni pakuti ndakuchimwirani.”
5 ମୋହର ଶତ୍ରୁଗଣ ମୋʼ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, “ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ?”
Adani anga mwankhwidzi amanena za ine kuti, “Kodi munthu ameneyu adzafa liti kuti ayiwalike?”
6 ପୁଣି ସେ ଯଦି ମୋତେ ଦେଖିବାକୁ ଆସେ, ସେ କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ।
Pamene wina abwera kudzandiona, amayankhula mwachinyengo, pomwe mtima wake ukusonkhanitsa zachipongwe; kenaka iye amatuluka ndi kukalengeza kunja.
7 ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋʼ ବିରୁଦ୍ଧରେ ଫୁସ୍‍ ଫୁସ୍‍ କରନ୍ତି; ସେମାନେ ମୋʼ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି।
Adani anga onse amanongʼonezana pamodzi kulimbana nane, iwo amalingalira zoyipa kwambiri za ine, ponena kuti,
8 ସେମାନେ କହନ୍ତି, କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ।
“Matenda owopsa amugwira; sadzaukapo pamalo pamene wagona.”
9 ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।
Ngakhale bwenzi langa la pamtima amene ndinamudalira, iye amene amadya pamodzi ndi ine watukula chidendene chake kulimbana nane.
10 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି।
Koma Yehova mundichititre chifundo, dzutseni kuti ndiwabwezere.
11 ମୋହର ଶତ୍ରୁ ମୋʼ ଉପରେ ଜୟଧ୍ୱନି କରୁ ନାହିଁ, ଏଥିସକାଶୁ ମୁଁ ଜାଣେ ଯେ, ତୁମ୍ଭେ ମୋʼ ଠାରେ ସନ୍ତୁଷ୍ଟ ଅଛ।
Ine ndikudziwa kuti mukukondwera nane, pakuti mdani wanga sandigonjetsa.
12 ତୁମ୍ଭେ ମୋʼ ସରଳତାରେ ମୋତେ ଧରି ରଖୁଅଛ।
Mu ungwiro wanga Inu mumandisunga ndi kundiyimika pamaso panu kwamuyaya.
13 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ। ଆମେନ୍‍, ଆମେନ୍‍।
Atamandike Yehova Mulungu wa Israeli kuchokera muyaya mpaka muyaya. Ameni ndi Ameni.

< ଗୀତସଂହିତା 41 >