< ଗୀତସଂହିତା 41 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଯେଉଁ ଜନ ଦୀନହୀନଙ୍କୁ ତତ୍ତ୍ୱାବଧାନ କରେ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ।
לַמְנַצֵּ֗חַ מִזְמ֥וֹר לְדָוִֽד׃ אַ֭שְׁרֵי מַשְׂכִּ֣יל אֶל־דָּ֑ל בְּי֥וֹם רָ֝עָ֗ה יְֽמַלְּטֵ֥הוּ יְהוָֽה׃
2 ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ ପୃଥିବୀରେ ଆଶୀର୍ବାଦ ପ୍ରାପ୍ତ ହେବ; ପୁଣି, ସଦାପ୍ରଭୁ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ ସମର୍ପଣ କରିବେ ନାହିଁ।
יְהוָ֤ה ׀ יִשְׁמְרֵ֣הוּ וִֽ֭יחַיֵּהוּ וְאֻשַּׁ֣ר בָּאָ֑רֶץ וְאַֽל־תִּ֝תְּנֵ֗הוּ בְּנֶ֣פֶשׁ אֹיְבָֽיו׃
3 ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର।
יְֽהוָ֗ה יִ֭סְעָדֶנּוּ עַל־עֶ֣רֶשׂ דְּוָ֑י כָּל־מִ֝שְׁכָּב֗וֹ הָפַ֥כְתָּ בְחָלְיֽוֹ׃
4 ମୁଁ କହିଲି, “ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର; ମୋʼ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି।”
אֲֽנִי־אָ֭מַרְתִּי יְהוָ֣ה חָנֵּ֑נִי רְפָאָ֥ה נַ֝פְשִׁ֗י כִּי־חָטָ֥אתִי לָֽךְ׃
5 ମୋହର ଶତ୍ରୁଗଣ ମୋʼ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, “ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ?”
אוֹיְבַ֗י יֹאמְר֣וּ רַ֣ע לִ֑י מָתַ֥י יָ֝מ֗וּת וְאָבַ֥ד שְׁמֽוֹ׃
6 ପୁଣି ସେ ଯଦି ମୋତେ ଦେଖିବାକୁ ଆସେ, ସେ କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ।
וְאִם־בָּ֤א לִרְא֨וֹת ׀ שָׁ֤וְא יְדַבֵּ֗ר לִבּ֗וֹ יִקְבָּץ־אָ֥וֶן ל֑וֹ יֵצֵ֖א לַח֣וּץ יְדַבֵּֽר׃
7 ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋʼ ବିରୁଦ୍ଧରେ ଫୁସ୍‍ ଫୁସ୍‍ କରନ୍ତି; ସେମାନେ ମୋʼ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି।
יַ֗חַד עָלַ֣י יִ֭תְלַחֲשׁוּ כָּל־שֹׂנְאָ֑י עָלַ֓י ׀ יַחְשְׁב֖וּ רָעָ֣ה לִֽי׃
8 ସେମାନେ କହନ୍ତି, କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ।
דְּֽבַר־בְּ֭לִיַּעַל יָצ֣וּק בּ֑וֹ וַאֲשֶׁ֥ר שָׁ֝כַ֗ב לֹא־יוֹסִ֥יף לָקֽוּם׃
9 ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।
גַּם־אִ֤ישׁ שְׁלוֹמִ֨י ׀ אֲשֶׁר־בָּטַ֣חְתִּי ב֭וֹ אוֹכֵ֣ל לַחְמִ֑י הִגְדִּ֖יל עָלַ֣י עָקֵֽב׃
10 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି।
וְאַתָּ֤ה יְהוָ֗ה חָנֵּ֥נִי וַהֲקִימֵ֑נִי וַֽאֲשַׁלְּמָ֥ה לָהֶֽם׃
11 ମୋହର ଶତ୍ରୁ ମୋʼ ଉପରେ ଜୟଧ୍ୱନି କରୁ ନାହିଁ, ଏଥିସକାଶୁ ମୁଁ ଜାଣେ ଯେ, ତୁମ୍ଭେ ମୋʼ ଠାରେ ସନ୍ତୁଷ୍ଟ ଅଛ।
בְּזֹ֣את יָ֭דַעְתִּי כִּֽי־חָפַ֣צְתָּ בִּ֑י כִּ֤י לֹֽא־יָרִ֖יעַ אֹיְבִ֣י עָלָֽי׃
12 ତୁମ୍ଭେ ମୋʼ ସରଳତାରେ ମୋତେ ଧରି ରଖୁଅଛ।
וַאֲנִ֗י בְּ֭תֻמִּי תָּמַ֣כְתָּ בִּ֑י וַתַּצִּיבֵ֖נִי לְפָנֶ֣יךָ לְעוֹלָֽם׃
13 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ। ଆମେନ୍‍, ଆମେନ୍‍।
בָּ֘ר֤וּךְ יְהוָ֨ה ׀ אֱלֹ֘הֵ֤י יִשְׂרָאֵ֗ל מֵֽ֭הָעוֹלָם וְעַ֥ד הָעוֹלָ֗ם אָ֘מֵ֥ן ׀ וְאָמֵֽן׃

< ଗୀତସଂହିତା 41 >