< ଗୀତସଂହିତା 42 >
1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ମସ୍କୀଲ୍ (ପ୍ରବୋଧନ)। ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି ହେ ପରମେଶ୍ୱର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ।
Zborovođi. Poučna pjesma. Sinova Korahovih. Kao što košuta žudi za izvor-vodom, tako duša moja čezne, Bože, za tobom.
2 ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋʼ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି?
Žedna mi je duša Boga, Boga živoga: o, kada ću doći i lice Božje gledati?
3 ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି?”
Suze su kruh moj danju i noću, dok me svednevice pitaju: “Gdje ti je Bog tvoj?”
4 ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।
Duša moja gine kada se spomenem kako koračah u mnoštvu predvodeć' ih k Domu Božjem uz radosno klicanje i hvalopojke u povorci svečanoj.
5 ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।
Što si mi, dušo, klonula i što jecaš u meni? U Boga se uzdaj, jer opet ću ga slaviti, spasenje svoje, Boga svog!
6 ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋʼ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ ମିତ୍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି।
Tuguje duša u meni, stoga se tebe spominjem iz zemlje Jordana i Hermona, s brda Misara.
7 ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପରେ ଯାଇଅଛି।
Bezdan doziva bezdan bukom slapova tvojih: sve vode tvoje i vali preko mene prijeđoše.
8 ତଥାପି ସଦାପ୍ରଭୁ ଦିନ ବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ।
Nek' mi danju Jahve naklonost udijeli, a noću pjesmom ću hvalit' Boga života svog.
9 ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, “ତୁମ୍ଭେ କାହିଁକି ମୋତେ ପାସୋରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି?”
Reći ću Bogu: “Hridino moja, zašto me zaboravljaš? Zašto obilazim žalostan, pritisnut dušmanima?”
10 ମୋʼ ଅସ୍ଥିରେ ଖଡ୍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ୱର କାହାନ୍ତି?
Kosti mi se lome od poruge neprijatelja dok me svednevice pitaju: “Gdje ti je Bog tvoj?”
11 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।
Što si mi, dušo, klonula i što jecaš u meni? U Boga se uzdaj, jer opet ću ga slaviti, spasenje svoje, Boga svog!