< ଗୀତସଂହିତା 44 >

1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ମସ୍କୀଲ୍‍। ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।
科辣黑後裔的訓誨歌,交與樂官。 天主,我們親耳聽見過,祖先也給我們述說過:昔日在他們那一時代,你手所行的偉業。
2 ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ୱହସ୍ତରେ ତଡ଼ିଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ।
你為栽培他們,手驅散外人,你為發展他們,曾親自磨難異民。
3 କାରଣ ସେମାନେ ନିଜ ଖଡ୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା।
的確,他們佔領了那地,並非靠著自己的刀劍,他們獲得了勝利,並非靠著自己的臂腕;完全是賴著你的右手和你的腕能,並你儀容的光輝,因為你喜愛他們。
4 ହେ ପରମେଶ୍ୱର, ତୁମ୍ଭେ ମୋହର ରାଜା ଅଟ; ପୁଣି ତୁମ୍ଭେ ଯାକୁବ ପକ୍ଷରେ ମୁକ୍ତିର ଆଜ୍ଞା ଦିଅ।
你是我的天主,我的君王,是你使雅各伯打了勝仗。
5 ତୁମ୍ଭ ଦ୍ୱାରା ଆମ୍ଭେମାନେ ବିପକ୍ଷଗଣକୁ ତଳେ ପକାଇବା; ତୁମ୍ଭ ନାମ ଦ୍ୱାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା।
仰仗著你,我們克勝了我們的對頭,因你的名,我們踐踏了我們的仇讎。
6 ଯେହେତୁ ମୁଁ ଆପଣା ଧନୁରେ ନିର୍ଭର କରିବି ନାହିଁ, କିଅବା ମୋʼ ଖଡ୍ଗ ମୋତେ ଉଦ୍ଧାର କରିବ ନାହିଁ।
因我從未依恃過我的弓箭,拯救我的,也不是我的刀劍,
7 ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ ଓ ଆମ୍ଭମାନଙ୍କ ଘୃଣାକାରୀମାନଙ୍କୁ ଲଜ୍ଜିତ କରିଅଛ।
而是你救我們脫離我們的對頭,是你使痛恨我們的人都蒙羞受辱。
8 ଆମ୍ଭେମାନେ ସାରାଦିନ ପରମେଶ୍ୱରଙ୍କଠାରେ ଦର୍ପ କରିଅଛୁ ଓ ଅନନ୍ତକାଳ ତୁମ୍ଭ ନାମର ଧନ୍ୟବାଦ କରିବା। (ସେଲା)
我們時時以天主而自豪,永永遠遠歌頌你的名號。
9 ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁ ନାହଁ।
然而現今你拋棄我們,使我們蒙羞受辱,你也不再與我們的軍隊,一同出征為伍;
10 ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଣ୍ଠନ କରୁଅଛନ୍ତି।
反而使我們在敵人,前轉身敗走,讓那些恨我們的人,劫奪俘虜。
11 ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛ।
你使我們有如待宰的羔羊,你使我們漂流而逃亡異邦;
12 ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ୱାରା ଆପଣା ଧନ ବୃଦ୍ଧି କରି ନାହଁ।
你將你的子民賤價出售,你由售價並未獲財。
13 ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଉପହାସର ପାତ୍ର କରୁଅଛ।
你使我們遭受鄰邦的侮辱,四周人民對我們諷刺咒詛;
14 ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର ବିଷୟ ଓ ଜନବୃନ୍ଦ ମଧ୍ୟରେ ମୁଣ୍ଡହଲାର କାରଣ କରିଅଛ।
你使我們成了異族的話柄,外邦人都向我們搖頭熱諷。
15 ତିରସ୍କାରକାରୀର ଓ ନିନ୍ଦକର ସ୍ୱର ସକାଶୁ, ପୁଣି, ଶତ୍ରୁ ଓ ପ୍ରତିହିଂସକ ସକାଶୁ,
我的恥辱終日擺在我的眼前,羞愧也常籠罩著我的臉面:
16 ସାରାଦିନ ମୋʼ ଅପମାନ ମୋʼ ସମ୍ମୁଖରେ ଥାଏ ଓ ମୋʼ ମୁଖର ଲଜ୍ଜା ମୋତେ ଢାଙ୍କିଅଛି।
因我聽到侮慢與欺凌者的聲音,又面臨仇敵和尋隙報復的人民。
17 ଆମ୍ଭମାନଙ୍କ ପ୍ରତି ଏସବୁ ଘଟିଅଛି; ତଥାପି ଆମ୍ଭେମାନେ ତୁମ୍ଭକୁ ପାସୋରି ନାହୁଁ, କିଅବା ତୁମ୍ଭ ନିୟମ ବିଷୟରେ ଅସତ୍ୟ ବ୍ୟବହାର କରି ନାହୁଁ।
我們雖然從未把你忘記,從來沒有違背過你的盟約,但我們身受了這一切災禍。
18 ତୁମ୍ଭେ ଆମ୍ଭମାନଙ୍କୁ ଶୃଗାଳମାନଙ୍କ ସ୍ଥାନରେ ଚୂର୍ଣ୍ଣ ଓ ମୃତ୍ୟୁୁଚ୍ଛାୟାରେ ଆଚ୍ଛନ୍ନ କରିଅଛ ବୋଲି
我們的心志從來沒有萎靡退縮,我們的腳步也未偏離你的正道;
19 ଆମ୍ଭମାନଙ୍କ ଅନ୍ତଃକରଣ ବିମୁଖ ହୋଇ ନାହିଁ, କିଅବା ଆମ୍ଭମାନଙ୍କ ପାଦଗତି ତୁମ୍ଭ ପଥରୁ ଭ୍ରଷ୍ଟ ହୋଇ ନାହିଁ।
但你竟將我們拋棄在野犬的邊界,以死亡的陰影把我們遮蓋。
20 ଯଦି ଆମ୍ଭେମାନେ ଆପଣା ପରମେଶ୍ୱରଙ୍କ ନାମ ପାସୋରିଥାଉ, ଅବା କୌଣସି ଅନ୍ୟ ଦେବତା ଆଡ଼େ ହସ୍ତ ପ୍ରସାରିଥାଉ;
如果我們忘卻了我們天主的聖名,並舉起我們的手朝向外邦的神明:
21 ତେବେ ପରମେଶ୍ୱର କି ତାହା ଅନୁସନ୍ଧାନ କରିବେ ନାହିଁ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି।
難道天主究查不出這事?因為祂洞悉人心的隱密。
22 ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନସାରା ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷ ତୁଲ୍ୟ ଗଣିତ ହେଉଅଛୁ।
我們卻是為了你,時常受傷受戕,他們竟將我們視作待宰的群羊。
23 ଜାଗ, ହେ ପ୍ରଭୋ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ? ଉଠ, ଆମ୍ଭମାନଙ୍କୁ ସଦାକାଳ ଦୂର କର ନାହିଁ।
醒來!我主,你為什麼依舊沉睡?起來!你不要永遠把我們拋棄。
24 ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ, ପୁଣି, ଆମ୍ଭମାନଙ୍କ କ୍ଳେଶ ଓ ଦୌରାତ୍ମଭୋଗ ବିସ୍ମୃତ ହେଉଅଛ?
你為什麼掩起你的慈顏,不顧我們的痛苦和辛酸?
25 କାରଣ ଆମ୍ଭମାନଙ୍କ ପ୍ରାଣ ଧୂଳିରେ ଅବନତ; ଆମ୍ଭମାନଙ୍କ ଉଦର ଭୂମିରେ ଲାଗୁଅଛି।
請看,我們的靈魂已俯伏在灰間,我們的身體已緊貼於地面。
26 ଆମ୍ଭମାନଙ୍କ ସାହାଯ୍ୟ ନିମନ୍ତେ ଉଠ ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ଆମ୍ଭମାନଙ୍କୁ ମୁକ୍ତ କର।
求你站起來,援助我們,因你的慈愛,拯救我們。

< ଗୀତସଂହିତା 44 >