< ଗୀତସଂହିତା 45 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍‍ ସ୍ୱରରେ କୋରହ-ସନ୍ତାନଗଣର ଗୀତ। ମସ୍କୀଲ୍‍। ପ୍ରେମ ଗୀତ। ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋʼ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ।
(고라 자손의 마스길. 사랑의 노래 영장으로 소산님에 맞춘 것) 내 마음에서 좋은 말이 넘쳐 왕에 대하여 지은 것을 말하리니 내 혀는 필객의 붓과 같도다
2 ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ୱର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି।
왕은 인생보다 아름다와 은혜를 입술에 머금으니 그러므로 하나님이 왕에게 영영히 복을 주시도다
3 ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ୍ଗ, ଆପଣା ମହିମା ଓ ପ୍ରଭାବ ବାନ୍ଧ।
능한 자여, 칼을 허리에 차고 왕의 영화와 위엄을 입으소서
4 ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ।
왕은 진리와 온유와 공의를 위하여 위엄있게 타고 승전하소서 왕의 오른손이 왕에게 두려운 일을 가르치리이다
5 ତୁମ୍ଭର ତୀରସବୁ ତୀକ୍ଷ୍ଣ; ଜନବୃନ୍ଦ ତୁମ୍ଭ ତଳେ ପଡ଼ନ୍ତି; ତାହାସବୁ ରାଜାଙ୍କ ଶତ୍ରୁଗଣର ହୃଦୟରେ ବିଦ୍ଧ ହୁଏ।
왕의 살이 날카로와 왕의 원수의 염통을 뚫으니 만민이 왕의 앞에 엎드러지는도다
6 ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ; ତୁମ୍ଭର ରାଜଦଣ୍ଡ ନ୍ୟାୟଦଣ୍ଡ ଅଟେ।
하나님이여, 주의 보좌가 영영하며 주의 나라의 홀은 공평한 홀이니이다
7 ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।
왕이 정의를 사랑하고 악을 미워하시니 그러므로 하나님 곧 왕의 하나님이 즐거움의 기름으로 왕에게 부어 왕의 동류보다 승하게 하셨나이다
8 ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ସୁବାସମୟ; ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି।
왕의 모든 옷은 몰약과 침향과 육계의 향기가 있으며 상아궁에서 나오는 현악은 왕을 즐겁게 하도다
9 ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି।
왕의 귀비 중에는 열왕의 딸이 있으며 왕후는 오빌의 금으로 꾸미고 왕의 우편에 서도다
10 ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର; ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର;
딸이여, 듣고 생각하고 귀를 기울일지어다 네 백성과 아비 집을 잊어버릴지어다
11 ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ। କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର।
그러하면 왕이 너의 아름다움을 사모하실지라 저는 너의 주시니 너는 저를 경배할지어다!
12 ପୁଣି, ସୋରର କନ୍ୟା ଭେଟି ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତି କରିବେ।
두로의 딸이 예물을 드리고 백성 중 부한 자도 네 은혜를 구하리로다
13 ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ।
왕의 딸이 궁중에서 모든 영화를 누리니 그 옷은 금으로 수 놓았도다
14 ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍‍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ।
수 놓은 옷을 입은 저가 왕께로 인도함을 받으며 시종하는 동무 처녀들도 왕께로 이끌려 갈 것이라
15 ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ; ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ;
저희가 기쁨과 즐거움으로 인도함을 받고 왕궁에 들어가리로다
16 ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି କରିବ।
왕의 아들들이 왕의 열조를 계승할 것이라 왕이 저희로 온 세계의 군왕을 삼으리로다
17 ମୁଁ ସକଳ ପିଢ଼ିରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ପ୍ରଶଂସା କରିବେ।
내가 왕의 이름을 만세에 기억케 하리니 그러므로 만민이 왕을 영영히 찬송하리로다

< ଗୀତସଂହିତା 45 >