< ଗୀତସଂହିତା 48 >

1 ଗୀତ: କୋରହ-ସନ୍ତାନମାନଙ୍କର ଗୀତ। ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ, ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।
ଗୀତ: କୋରହ-ସନ୍ତାନମାନଙ୍କର ଗୀତ। ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ, ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।
2 ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର।
ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର।
3 ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ ସ୍ୱରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି।
ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ ସ୍ୱରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି।
4 କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ ଏକ ସଙ୍ଗେ ଗମନ କଲେ।
କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ ଏକ ସଙ୍ଗେ ଗମନ କଲେ।
5 ସେମାନେ ତାହା ଦେଖି ଚମତ୍କୃତ ହେଲେ; ସେମାନେ ଉଦ୍‍ବିଗ୍ନ ହୋଇ ଶୀଘ୍ର ପଳାଇଲେ;
ସେମାନେ ତାହା ଦେଖି ଚମତ୍କୃତ ହେଲେ; ସେମାନେ ଉଦ୍‍ବିଗ୍ନ ହୋଇ ଶୀଘ୍ର ପଳାଇଲେ;
6 ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ।
ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ।
7 ତୁମ୍ଭେ ପୂର୍ବୀୟ ବାୟୁ ଦ୍ୱାରା ତର୍ଶୀଶ ନଗରର ଜାହାଜସବୁ ଭାଙ୍ଗିଥାଅ।
ତୁମ୍ଭେ ପୂର୍ବୀୟ ବାୟୁ ଦ୍ୱାରା ତର୍ଶୀଶ ନଗରର ଜାହାଜସବୁ ଭାଙ୍ଗିଥାଅ।
8 ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ ଦେଖିଅଛୁ; ପରମେଶ୍ୱର ଅନନ୍ତକାଳ ତାହା ସୁସ୍ଥିର କରିବେ। (ସେଲା)
ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ ଦେଖିଅଛୁ; ପରମେଶ୍ୱର ଅନନ୍ତକାଳ ତାହା ସୁସ୍ଥିର କରିବେ। (ସେଲା)
9 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ।
ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ।
10 ହେ ପରମେଶ୍ୱର, ଯେପରି ତୁମ୍ଭର ନାମ, ସେହିପରି ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅଟେ; ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ।
ହେ ପରମେଶ୍ୱର, ଯେପରି ତୁମ୍ଭର ନାମ, ସେହିପରି ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅଟେ; ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ।
11 ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ।
ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ।
12 ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର; ତହିଁର ଦୁର୍ଗସବୁ ଗଣନା କର।
ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର; ତହିଁର ଦୁର୍ଗସବୁ ଗଣନା କର।
13 ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର।
ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର।
14 କାରଣ ଏହି ପରମେଶ୍ୱର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ସେ ଆମ୍ଭମାନଙ୍କର ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ।
କାରଣ ଏହି ପରମେଶ୍ୱର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ସେ ଆମ୍ଭମାନଙ୍କର ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ।

< ଗୀତସଂହିତା 48 >