< ଗୀତସଂହିତା 49 >
1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,
Don mai bi da kaɗe-kaɗe. Na’ya’yan Kora maza. Zabura ce. Ku ji wannan, dukanku mutane; ku saurara, dukanku waɗanda suke zama a wannan duniya,
2 ନୀଚ ଓ ଉଚ୍ଚ, ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର କର୍ଣ୍ଣପାତ କର।
babba da yaro mai arziki da talaka.
3 ମୋହର ମୁଖ ଜ୍ଞାନର କଥା କହିବ ଓ ମୋʼ ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ।
Bakina zai yi maganar hikima; magana daga zuciyata za tă ba da ganewa.
4 ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣା ଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି।
Zan juye kunnena ga karin magana; da garaya zan ƙarfafa kacici-kacicina.
5 ଯେତେବେଳେ ଅଧର୍ମ ମୋʼ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି?
Don me zan ji tsoro sa’ad da mugayen kwanaki suka zo, sa’ad da mugaye masu ruɗu suka kewaye ni,
6 ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;
waɗanda suka dogara ga arzikinsu suna kuma fariya a kan yawan arzikinsu?
7 ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ।
Ba wani da zai iya ceton ran wani ko yă ba wa Allah kuɗin fansa saboda shi,
8 କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ;
kuɗin fansa domin rai yana da tsada, babu abin da za a biya da ya taɓa isa,
9 କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ।
da zai sa yă ci gaba da rayuwa har abada yă hana shi shigan kabari yă ruɓa.
10 ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି।
Gama kowa na iya ganin masu hikima na mutuwa; wawaye da marasa azanci su ma kan hallaka su bar wa waɗansu arzikinsu.
11 ସେମାନଙ୍କ କବର ସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।
Kaburburansu za su ci gaba da zama gidajensu har abada, Can za su kasance har zamanai marasa ƙarewa, ko da yake sun ba wa filaye sunayen kansu.
12 ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ।
Amma mutum, kome arzikinsa, ba ya dawwama; shi kamar dabbobi ne da suke mutuwa.
13 ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି। (ସେଲା)
Wannan ne ƙaddarar waɗanda suke dogara a kansu, da kuma ta mabiyansu, waɗanda suka tabbatar da faɗinsu. (Sela)
14 ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ। (Sheol )
Kamar tumaki an ƙaddara su ga kabari; za su kuwa zama abincin mutuwa amma masu gaskiya za su yi mulki a kansu da safe. Kamanninsu za su ruɓe a cikin kabari, nesa da gidajensu masu tsada. (Sheol )
15 ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ। (ସେଲା) (Sheol )
Amma Allah zai ceci raina daga kabari; tabbatacce zai ɗauke ni zuwa wurinsa. (Sela) (Sheol )
16 କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;
Kada ka razana da yawa sa’ad da mutum ya yi arziki sa’ad da darajar gidansa ta ƙaru;
17 କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍ଗମନ କରିବ ନାହିଁ।
gama ba zai ɗauki kome tare da shi sa’ad da ya mutu ba, darajarsa ba za tă gangara tare da shi ba.
18 ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି;
Ko da yake yayinda yake a raye ya ɗauka kansa mai albarka ne, mutane kuma sun yabe ka sa’ad da kake cin nasara,
19 ତଥାପି ସେ ଆପଣା ପୂର୍ବପୁରୁଷଗଣ ନିକଟକୁ ଯିବ; ସେମାନେ କଦାପି ଦୀପ୍ତି ଦେଖିବେ ନାହିଁ।
zai gamu da tsarar kakanninsa, waɗanda ba za su taɓa ganin hasken rayuwa ba.
20 ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ।
Mutumin da yake da arziki ba tare da ganewa ba shi kamar dabbobi ne da suke mutuwa.