< ଗୀତସଂହିତା 49 >

1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,
למנצח לבני קרח מזמור שמעו זאת כל העמים האזינו כל ישבי חלד׃
2 ନୀଚ ଓ ଉଚ୍ଚ, ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର କର୍ଣ୍ଣପାତ କର।
גם בני אדם גם בני איש יחד עשיר ואביון׃
3 ମୋହର ମୁଖ ଜ୍ଞାନର କଥା କହିବ ଓ ମୋʼ ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ।
פי ידבר חכמות והגות לבי תבונות׃
4 ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣା ଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି।
אטה למשל אזני אפתח בכנור חידתי׃
5 ଯେତେବେଳେ ଅଧର୍ମ ମୋʼ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି?
למה אירא בימי רע עון עקבי יסובני׃
6 ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;
הבטחים על חילם וברב עשרם יתהללו׃
7 ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ।
אח לא פדה יפדה איש לא יתן לאלהים כפרו׃
8 କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ;
ויקר פדיון נפשם וחדל לעולם׃
9 କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ।
ויחי עוד לנצח לא יראה השחת׃
10 ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି।
כי יראה חכמים ימותו יחד כסיל ובער יאבדו ועזבו לאחרים חילם׃
11 ସେମାନଙ୍କ କବର ସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।
קרבם בתימו לעולם משכנתם לדר ודר קראו בשמותם עלי אדמות׃
12 ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ।
ואדם ביקר בל ילין נמשל כבהמות נדמו׃
13 ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି। (ସେଲା)
זה דרכם כסל למו ואחריהם בפיהם ירצו סלה׃
14 ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ। (Sheol h7585)
כצאן לשאול שתו מות ירעם וירדו בם ישרים לבקר וצירם לבלות שאול מזבל לו׃ (Sheol h7585)
15 ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ। (ସେଲା) (Sheol h7585)
אך אלהים יפדה נפשי מיד שאול כי יקחני סלה׃ (Sheol h7585)
16 କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;
אל תירא כי יעשר איש כי ירבה כבוד ביתו׃
17 କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍‍ଗମନ କରିବ ନାହିଁ।
כי לא במותו יקח הכל לא ירד אחריו כבודו׃
18 ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି;
כי נפשו בחייו יברך ויודך כי תיטיב לך׃
19 ତଥାପି ସେ ଆପଣା ପୂର୍ବପୁରୁଷଗଣ ନିକଟକୁ ଯିବ; ସେମାନେ କଦାପି ଦୀପ୍ତି ଦେଖିବେ ନାହିଁ।
תבוא עד דור אבותיו עד נצח לא יראו אור׃
20 ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ।
אדם ביקר ולא יבין נמשל כבהמות נדמו׃

< ଗୀତସଂହିତା 49 >