< ଗୀତସଂହିତା 49 >
1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,
In finem, filiis Core. Psalmus. Audite hæc, omnes gentes; auribus percipite, omnes qui habitatis orbem:
2 ନୀଚ ଓ ଉଚ୍ଚ, ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର କର୍ଣ୍ଣପାତ କର।
quique terrigenæ et filii hominum, simul in unum dives et pauper.
3 ମୋହର ମୁଖ ଜ୍ଞାନର କଥା କହିବ ଓ ମୋʼ ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ।
Os meum loquetur sapientiam, et meditatio cordis mei prudentiam.
4 ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣା ଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି।
Inclinabo in parabolam aurem meam; aperiam in psalterio propositionem meam.
5 ଯେତେବେଳେ ଅଧର୍ମ ମୋʼ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି?
Cur timebo in die mala? iniquitas calcanei mei circumdabit me.
6 ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;
Qui confidunt in virtute sua, et in multitudine divitiarum suarum, gloriantur.
7 ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ।
Frater non redimit, redimet homo: non dabit Deo placationem suam,
8 କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ;
et pretium redemptionis animæ suæ. Et laborabit in æternum;
9 କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ।
et vivet adhuc in finem.
10 ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି।
Non videbit interitum, cum viderit sapientes morientes: simul insipiens et stultus peribunt. Et relinquent alienis divitias suas,
11 ସେମାନଙ୍କ କବର ସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।
et sepulchra eorum domus illorum in æternum; tabernacula eorum in progenie et progenie: vocaverunt nomina sua in terris suis.
12 ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ।
Et homo, cum in honore esset, non intellexit. Comparatus est jumentis insipientibus, et similis factus est illis.
13 ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି। (ସେଲା)
Hæc via illorum scandalum ipsis; et postea in ore suo complacebunt.
14 ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ। (Sheol )
Sicut oves in inferno positi sunt: mors depascet eos. Et dominabuntur eorum justi in matutino; et auxilium eorum veterascet in inferno a gloria eorum. (Sheol )
15 ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ। (ସେଲା) (Sheol )
Verumtamen Deus redimet animam meam de manu inferi, cum acceperit me. (Sheol )
16 କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;
Ne timueris cum dives factus fuerit homo, et cum multiplicata fuerit gloria domus ejus:
17 କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍ଗମନ କରିବ ନାହିଁ।
quoniam, cum interierit, non sumet omnia, neque descendet cum eo gloria ejus.
18 ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି;
Quia anima ejus in vita ipsius benedicetur; confitebitur tibi cum benefeceris ei.
19 ତଥାପି ସେ ଆପଣା ପୂର୍ବପୁରୁଷଗଣ ନିକଟକୁ ଯିବ; ସେମାନେ କଦାପି ଦୀପ୍ତି ଦେଖିବେ ନାହିଁ।
Introibit usque in progenies patrum suorum; et usque in æternum non videbit lumen.
20 ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ।
Homo, cum in honore esset, non intellexit. Comparatus est jumentis insipientibus, et similis factus est illis.