< ଗୀତସଂହିତା 5 >

1 ପ୍ରଧାନ ବାଦ୍ୟକର ନିମନ୍ତେ ବଂଶୀ ଯନ୍ତ୍ରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୋʼ ବାକ୍ୟରେ କର୍ଣ୍ଣ ଦିଅ, ମୋହର କାକୂକ୍ତି ବିବେଚନା କର।
For the choirmaster, to be accompanied by flutes. A Psalm of David. Give ear to my words, O LORD; consider my groaning.
2 ହେ ମୋହର ରାଜନ୍‍, ହେ ମୋହର ପରମେଶ୍ୱର, ମୋହର ଆର୍ତ୍ତରବରେ ମନୋଯୋଗ କର, କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ।
Attend to the sound of my cry, my King and my God, for to You I pray.
3 ହେ ସଦାପ୍ରଭୋ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ; ମୁଁ ପ୍ରାତଃକାଳରେ ତୁମ୍ଭ ନିକଟରେ ଆପଣା ପ୍ରାର୍ଥନା ସଜାଇବି ଓ ଜଗି ରହିବି।
In the morning, O LORD, You hear my voice; at daybreak I lay my plea before You and wait in expectation.
4 କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ୱର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ।
For You are not a God who delights in wickedness; no evil can dwell with You.
5 ଅହଙ୍କାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ; ତୁମ୍ଭେ ସମସ୍ତ ଅଧର୍ମାଚାରୀଙ୍କୁ ଘୃଣା କରୁଅଛ।
The boastful cannot stand in Your presence; You hate all workers of iniquity.
6 ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି।
You destroy those who tell lies; the LORD abhors the man of bloodshed and deceit.
7 ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି।
But I will enter Your house by the abundance of Your loving devotion; in reverence I will bow down toward Your holy temple.
8 ହେ ସଦାପ୍ରଭୋ, ମୋʼ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋʼ ସମ୍ମୁଖରେ ତୁମ୍ଭର ପଥ ସରଳ କର।
Lead me, O LORD, in Your righteousness because of my enemies; make straight Your way before me.
9 କାରଣ ସେମାନଙ୍କ ମୁଖରେ କିଛି ବିଶ୍ୱସ୍ତତା ନାହିଁ; ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ; ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ୱରୂପ; ସେମାନେ ଜିହ୍ୱାରେ ଚାଟୁବାଦ କରନ୍ତି।
For not a word they speak can be trusted; destruction lies within them. Their throats are open graves; their tongues practice deceit.
10 ହେ ପରମେଶ୍ୱର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ୱାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି।
Declare them guilty, O God; let them fall by their own devices. Drive them out for their many transgressions, for they have rebelled against You.
11 ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ କରନ୍ତୁ; ସେମାନେ ଆନନ୍ଦ ସକାଶୁ ସର୍ବଦା ଜୟଧ୍ୱନି କରନ୍ତୁ; କାରଣ ତୁମ୍ଭେ ସେମାନଙ୍କୁ ରକ୍ଷା କରୁଅଛ; ଆହୁରି, ଯେଉଁମାନେ ତୁମ୍ଭ ନାମକୁ ପ୍ରେମ କରନ୍ତି, ସେମାନେ ତୁମ୍ଭଠାରେ ଉଲ୍ଲସିତ ହେଉନ୍ତୁ।
But let all who take refuge in You rejoice; let them ever shout for joy. May You shelter them, that those who love Your name may rejoice in You.
12 ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୋ, ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ।
For surely You, O LORD, bless the righteous; You surround them with the shield of Your favor.

< ଗୀତସଂହିତା 5 >