< ଗୀତସଂହିତା 5 >
1 ପ୍ରଧାନ ବାଦ୍ୟକର ନିମନ୍ତେ ବଂଶୀ ଯନ୍ତ୍ରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୋʼ ବାକ୍ୟରେ କର୍ଣ୍ଣ ଦିଅ, ମୋହର କାକୂକ୍ତି ବିବେଚନା କର।
Sikiliza nikuitapo, Yahweh; tazama kuugua kwangu.
2 ହେ ମୋହର ରାଜନ୍, ହେ ମୋହର ପରମେଶ୍ୱର, ମୋହର ଆର୍ତ୍ତରବରେ ମନୋଯୋଗ କର, କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ।
Sikiliza sauti yangu nikuitapo, Ee Mfalme wangu na Mungu wangu, kwa kuwa ni kwako Bwana naomba.
3 ହେ ସଦାପ୍ରଭୋ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ; ମୁଁ ପ୍ରାତଃକାଳରେ ତୁମ୍ଭ ନିକଟରେ ଆପଣା ପ୍ରାର୍ଥନା ସଜାଇବି ଓ ଜଗି ରହିବି।
Yahweh; sikia kilio changu asubuhi; na asubuhi nitaleta dua yangu kwako na kungoja kwa matarajio.
4 କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ୱର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ।
Hakika wewe ni Mungu usiye kubaliana na uovu; watu waovu hawawezi kuwa wageni wako.
5 ଅହଙ୍କାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ; ତୁମ୍ଭେ ସମସ୍ତ ଅଧର୍ମାଚାରୀଙ୍କୁ ଘୃଣା କରୁଅଛ।
Wenye kiburi hawata simama katika uwepo wako; wewe unawachukia wote wanaofanya maovu.
6 ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି।
Nawe utawaharibu waongo; Yahweh huwadharau vurugu na watu wadanganyifu.
7 ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି।
Lakini kwangu mimi, kwa sababu ya ukuu na uaminifu wa agano lako, nitakuja nyumbani mwako; na kwa heshima nitakuinamia mbele ya hekalu lako takatifu.
8 ହେ ସଦାପ୍ରଭୋ, ମୋʼ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋʼ ସମ୍ମୁଖରେ ତୁମ୍ଭର ପଥ ସରଳ କର।
Oh Bwana, uniongoze katika haki yako kwa sababu ya adui zangu; usawazishe njia yako mbele yangu.
9 କାରଣ ସେମାନଙ୍କ ମୁଖରେ କିଛି ବିଶ୍ୱସ୍ତତା ନାହିଁ; ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ; ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ୱରୂପ; ସେମାନେ ଜିହ୍ୱାରେ ଚାଟୁବାଦ କରନ୍ତି।
Kwa kuwa midomoni mwao hamna ukweli; utu wao wa ndani ni mwovu; makoo yao ni kaburi lililo wazi; husifu kinafiki kwa ulimi wao.
10 ହେ ପରମେଶ୍ୱର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ୱାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି।
Mungu, wafanye kuwa na hatia; mipango yao iwe kuanguka kwao! Kwa ajili ya makosa yao mengi uwatoe nje, kwa kuwa wamekuasi wewe.
11 ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ କରନ୍ତୁ; ସେମାନେ ଆନନ୍ଦ ସକାଶୁ ସର୍ବଦା ଜୟଧ୍ୱନି କରନ୍ତୁ; କାରଣ ତୁମ୍ଭେ ସେମାନଙ୍କୁ ରକ୍ଷା କରୁଅଛ; ଆହୁରି, ଯେଉଁମାନେ ତୁମ୍ଭ ନାମକୁ ପ୍ରେମ କରନ୍ତି, ସେମାନେ ତୁମ୍ଭଠାରେ ଉଲ୍ଲସିତ ହେଉନ୍ତୁ।
Bali wale wanao kukimbilia wafurahi; uwafanye wapige kelele kwa shangwe siku zote kwa sababu unawapigania; uwafanye wenye furaha ndani yako, wale walipendao jina lako.
12 ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୋ, ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ।
Kwa maana utawabariki wenye haki, Yahweh; utawazunguka kwa neema kama ngao.