< ଗୀତସଂହିତା 50 >

1 ଆସଫର ଗୀତ। ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି।
מזמור לאסף אל אלהים יהוה-- דבר ויקרא-ארץ ממזרח-שמש עד-מבאו
2 ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ ପରମେଶ୍ୱର ପ୍ରକାଶିତ ହୋଇଅଛନ୍ତି।
מציון מכלל-יפי-- אלהים הופיע
3 ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।
יבא אלהינו ואל-יחרש אש-לפניו תאכל וסביביו נשערה מאד
4 ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ ଉପରିସ୍ଥ ସ୍ୱର୍ଗକୁ ଓ ପୃଥିବୀକୁ ଡାକିବେ;
יקרא אל-השמים מעל ואל-הארץ לדין עמו
5 “ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍‍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।”
אספו-לי חסידי-- כרתי בריתי עלי-זבח
6 ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। (ସେଲା)
ויגידו שמים צדקו כי-אלהים שפט הוא סלה
7 “ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର,
שמעה עמי ואדברה-- ישראל ואעידה בך אלהים אלהיך אנכי
8 ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି।
לא על-זבחיך אוכיחך ועולתיך לנגדי תמיד
9 ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ବା ତୁମ୍ଭ ଖୁଆଡ଼ରୁ ଛାଗର ବଳିଦାନ ନେବା ନାହିଁ।
לא-אקח מביתך פר ממכלאתיך עתודים
10 କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର ପର୍ବତସ୍ଥ ପଶୁ ଆମ୍ଭର।
כי-לי כל-חיתו-יער בהמות בהררי-אלף
11 ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକୁ ଜାଣୁ ଓ ବିଲର ପଶୁସବୁ ଆମ୍ଭର।
ידעתי כל-עוף הרים וזיז שדי עמדי
12 ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର।
אם-ארעב לא-אמר לך כי-לי תבל ומלאה
13 ଆମ୍ଭେ କʼଣ ବୃଷମାଂସ ଭୋଜନ କରିବା, ଅବା ଛାଗରକ୍ତ ପାନ କରିବା?
האוכל בשר אבירים ודם עתודים אשתה
14 ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;
זבח לאלהים תודה ושלם לעליון נדריך
15 ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”
וקראני ביום צרה אחלצך ותכבדני
16 ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର?
ולרשע אמר אלהים מה-לך לספר חקי ותשא בריתי עלי-פיך
17 କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।
ואתה שנאת מוסר ותשלך דברי אחריך
18 ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ।
אם-ראית גנב ותרץ עמו ועם מנאפים חלקך
19 ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ ଓ ତୁମ୍ଭର ଜିହ୍ୱା ପ୍ରବଞ୍ଚନା କଳ୍ପନା କରେ।
פיך שלחת ברעה ולשונך תצמיד מרמה
20 ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ।
תשב באחיך תדבר בבן-אמך תתן-דפי
21 ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା।”
אלה עשית והחרשתי-- דמית היות-אהיה כמוך אוכיחך ואערכה לעיניך
22 “ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, ଉଦ୍ଧାର କରିବାକୁ କେହି ନ ଥିବ।
בינו-נא זאת שכחי אלוה פן-אטרף ואין מציל
23 ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”
זבח תודה יכבדנני ושם דרך--אראנו בישע אלהים

< ଗୀତସଂହିତା 50 >