< ଗୀତସଂହିତା 50 >

1 ଆସଫର ଗୀତ। ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି।
Mungu, Mwenye nguvu, Yahwe, amenena naye aliita nchi toka mawio ya jua mpaka machweo yake.
2 ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ ପରମେଶ୍ୱର ପ୍ରକାଶିତ ହୋଇଅଛନ୍ତି।
Tokea Sayuni, Mungu ameangaza, ukamilifu wa uzuri.
3 ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।
Mungu wetu huja naye hakai kimya; mbele yake moto hula, na kuna dhoruba kubwa karibu naye.
4 ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ ଉପରିସ୍ଥ ସ୍ୱର୍ଗକୁ ଓ ପୃଥିବୀକୁ ଡାକିବେ;
Yeye huziita mbingu zilizo juu na nchi ili kwamba aweze kuwahukumu watu wake:
5 “ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍‍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।”
Kwa pamoja kusanyikeni waaminifu wangu kwangu, wale waliofanya nami agano kwa sadaka.”
6 ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। (ସେଲା)
Mbingu zitatangaza haki yake, kwa maana Mungu mwenyewe ndiye jaji. Serah
7 “ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର,
Sikilizeni, watu wangu, nami nitazungumza; mimi ni Mungu, Mungu wenu.
8 ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି।
Sitawakaripia ninyi kwa ajili ya sadaka zenu; sadaka zenu za kuteketeza ziko nami siku zote.
9 ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ବା ତୁମ୍ଭ ଖୁଆଡ଼ରୁ ଛାଗର ବଳିଦାନ ନେବା ନାହିଁ।
Sitachukua ng'ombe katika nyumba yenu, wala beberu katika mazizi yenu.
10 କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର ପର୍ବତସ୍ଥ ପଶୁ ଆମ୍ଭର।
Kwa maana kila mnyama wa msituni ni wangu, nao ng'ombe kwenye milima elfu ni wangu.
11 ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକୁ ଜାଣୁ ଓ ବିଲର ପଶୁସବୁ ଆମ୍ଭର।
Ninawajua ndege wa mlimani, na wanyama pori katika shamba ni wangu.
12 ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର।
Kama ningekuwa na njaa, nisingewaambia ninyi; maana ulimwengu ni wangu, na vyote vilivyomo.
13 ଆମ୍ଭେ କʼଣ ବୃଷମାଂସ ଭୋଜନ କରିବା, ଅବା ଛାଗରକ୍ତ ପାନ କରିବା?
Je! sitakula nyama ya ngombe na kunywa damu ya mbuzi?
14 ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;
Mtoleeni Mungu sadaka za shukurani, na mlipe viapo vyenu kwa Aliye Juu.
15 ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”
Mniite katika siku ya shida; nami nitawaokoa
16 ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର?
Lakini kwa waovu Mungu anasema, “Inawahusu nini kuitangaza hali yangu, kwamba ninyi mmeliweka agano langu mdomoni mwenu,
17 କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।
wakati ninyi mnayachukia maelekezo na mnayatupa maneno yangu?
18 ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ।
Mumuanapo mwizi, ninyi hukubaliana naye; ninyi na mnashirikiana na wale wafanyao uasherati.
19 ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ ଓ ତୁମ୍ଭର ଜିହ୍ୱା ପ୍ରବଞ୍ଚନା କଳ୍ପନା କରେ।
Mwautoa mdomo wenu kwa mabaya, huelezea udanganyifu.
20 ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ।
Mnakaa na kuongea dhidi ya ndugu yenu; na kukashfu mwana wa mama yenu.
21 ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା।”
Mmefanya mambo haya, lakini nimekaa kimya, hivyo mlidhani kuwa ni mtu flani nilliye kama ninyi mlivyo. Lakini nitawakaripia ninyi na kuwafunua, mbele ya macho yenu, mambo yote miliyofanya.
22 “ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, ଉଦ୍ଧାର କରିବାକୁ କେହି ନ ଥିବ।
Mlitilie maanani hili, ninyi mnao msahau Mungu, vinginevyo nitawakata ninyi vipande vipande, na hatakuwepo yeyote wakuja kuwasaidia!
23 ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”
Yule atoaye sadaka ya shukurani hunitukuza, na yeyote apangaye njia zake katika namna iliyo sahihi nitamuonesha wokovu wa Mungu.”

< ଗୀତସଂହିତା 50 >