< ଗୀତସଂହିତା 51 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଦାଉଦ ବତ୍‍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍‍ବକ୍ତା ଆସିବା ସମୟରେ ରଚିତ। ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।
למנצח מזמור לדוד בבוא אליו נתן הנביא כאשר בא אל בת שבע חנני אלהים כחסדך כרב רחמיך מחה פשעי׃
2 ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋʼ ପାପରୁ ମୋତେ ଶୁଚି କର।
הרבה כבסני מעוני ומחטאתי טהרני׃
3 କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ ମୋʼ ପାପ ସର୍ବଦା ମୋʼ ସମ୍ମୁଖରେ ଅଛି।
כי פשעי אני אדע וחטאתי נגדי תמיד׃
4 ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ।
לך לבדך חטאתי והרע בעיניך עשיתי למען תצדק בדברך תזכה בשפטך׃
5 ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋʼ ମାତା ମୋତେ ଗର୍ଭରେ ଧାରଣ କଲା।
הן בעוון חוללתי ובחטא יחמתני אמי׃
6 ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ; ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ।
הן אמת חפצת בטחות ובסתם חכמה תודיעני׃
7 ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।
תחטאני באזוב ואטהר תכבסני ומשלג אלבין׃
8 ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ।
תשמיעני ששון ושמחה תגלנה עצמות דכית׃
9 ମୋʼ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋʼ ଅପରାଧସବୁ ମାର୍ଜନା କର।
הסתר פניך מחטאי וכל עונתי מחה׃
10 ହେ ପରମେଶ୍ୱର, ମୋʼ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋʼ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।
לב טהור ברא לי אלהים ורוח נכון חדש בקרבי׃
11 ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋʼ ଠାରୁ ନିଅ ନାହିଁ।
אל תשליכני מלפניך ורוח קדשך אל תקח ממני׃
12 ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ।
השיבה לי ששון ישעך ורוח נדיבה תסמכני׃
13 ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି ଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ।
אלמדה פשעים דרכיך וחטאים אליך ישובו׃
14 ହେ ପରମେଶ୍ୱର, ମୋʼ ତ୍ରାଣର ପରମେଶ୍ୱର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ୱା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ୱରରେ ଗାନ କରିବ।
הצילני מדמים אלהים אלהי תשועתי תרנן לשוני צדקתך׃
15 ହେ ପ୍ରଭୋ, ମୋʼ ଓଷ୍ଠାଧର ଫିଟାଅ, ତହିଁରେ ମୋʼ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ।
אדני שפתי תפתח ופי יגיד תהלתך׃
16 କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ।
כי לא תחפץ זבח ואתנה עולה לא תרצה׃
17 ଭଗ୍ନ ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।
זבחי אלהים רוח נשברה לב נשבר ונדכה אלהים לא תבזה׃
18 ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର; ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର।
היטיבה ברצונך את ציון תבנה חומות ירושלם׃
19 ତେବେ ତୁମ୍ଭେ ଧର୍ମବଳି, ହୋମବଳି ଓ ପୂର୍ଣ୍ଣ ଆହୁତିରେ ସନ୍ତୁଷ୍ଟ ହେବ; ତହୁଁ ଲୋକମାନେ ତୁମ୍ଭ ବେଦି ଉପରେ ବୃଷମାନ ଉତ୍ସର୍ଗ କରିବେ।
אז תחפץ זבחי צדק עולה וכליל אז יעלו על מזבחך פרים׃

< ଗୀତସଂହିତା 51 >