< ଗୀତସଂହିତା 52 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍‍; ଦାଉଦ ଅହୀମେଲକ୍‍ର ଗୃହକୁ ଆସିଅଛନ୍ତି ବୋଲି ଇଦୋମୀୟ ଦୋୟେଗ୍‍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ। ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ?
達味訓誨歌,交與樂官。 作於厄東人多厄格前去報告撒烏耳,說達味到了阿希默肋客家後。 你這以作惡端為能事的人!你為什麼竟以罪為榮為幸?
2 ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି।
你這欺詐的人,你時時懷念邪惡,你的舌頭正如一把銳利的剃刀。
3 ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ। (ସେଲା)
你愛作惡超過行善,你愛說謊超過真言。
4 ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ୱେ, ତୁମ୍ଭେ ଯାବତୀୟ ବିନାଶକ କଥା ଭଲ ପାଉଅଛ।
你這欺詐虛偽的舌頭,凡人的話你都羨慕。
5 ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। (ସେଲା)
為此,天主必要消滅你,把你永遠廢去,要帳幕中拔去你,由人間將你根除。
6 ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ ଓ ତାହା ପ୍ରତି ଉପହାସ କରି କହିବେ,
義人見了必然害怕,要對他冷嘲熱笑說:
7 “ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।”
請看,這便是那不以天主作自己保障的人,他只依恃自己的財富,以邪惡而誇勝。
8 ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି।
我卻好像天主殿中的茂盛橄欖樹,全心信賴天主的慈愛,一直到永久。
9 ତୁମ୍ଭେ ଏହି କାର୍ଯ୍ୟ ସାଧନ କରିବା ସକାଶୁ ମୁଁ ସଦାକାଳ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ତୁମ୍ଭ ସଦ୍‍ଭକ୍ତମାନଙ୍କ ସାକ୍ଷାତରେ ତୁମ୍ଭ ନାମର ଅନୁସରଣ କରିବି, ଯେହେତୁ ତାହା ଉତ୍ତମ।
上主行了此事,我要永遠稱頌你,我要在你聖徒的面前,讚揚你美善的聖名。

< ଗୀତସଂହିତା 52 >