< ଗୀତସଂହିତା 52 >
1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍; ଦାଉଦ ଅହୀମେଲକ୍ର ଗୃହକୁ ଆସିଅଛନ୍ତି ବୋଲି ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ। ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ?
¿Por qué te alabas de maldad, o! valiente? la misericordia de Dios es cada día.
2 ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି।
Agravios maquina tu lengua: como navaja afilada, hace engaño.
3 ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ। (ସେଲା)
Amaste el mal más que el bien: la mentira, más que hablar justicia. (Selah)
4 ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ୱେ, ତୁମ୍ଭେ ଯାବତୀୟ ବିନାଶକ କଥା ଭଲ ପାଉଅଛ।
Amaste todas las palabras dañosas; lengua engañosa.
5 ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। (ସେଲା)
También Dios te derrocará para siempre: cortarte ha, y arrancarte ha de la tienda; y te desarraigará de la tierra de los vivientes. (Selah)
6 ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ ଓ ତାହା ପ୍ରତି ଉପହାସ କରି କହିବେ,
Y verán los justos, y temerán: y reírse han de él.
7 “ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।”
He aquí un varón que no puso a Dios por su fortaleza, mas confió en la multitud de sus riquezas: esforzóse en su maldad.
8 ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି।
Mas yo, como oliva verde, en la casa de Dios: confié en la misericordia de Dios siempre y eternalmente.
9 ତୁମ୍ଭେ ଏହି କାର୍ଯ୍ୟ ସାଧନ କରିବା ସକାଶୁ ମୁଁ ସଦାକାଳ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ତୁମ୍ଭ ସଦ୍ଭକ୍ତମାନଙ୍କ ସାକ୍ଷାତରେ ତୁମ୍ଭ ନାମର ଅନୁସରଣ କରିବି, ଯେହେତୁ ତାହା ଉତ୍ତମ।
Yo te alabaré para siempre, porque hiciste: y esperaré tu nombre, porque es bueno, delante de tus misericordiosos.