< ଗୀତସଂହିତା 53 >

1 ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍‍ ସ୍ୱରରେ ଦାଉଦଙ୍କର ମସ୍କୀଲ୍‍। “ପରମେଶ୍ୱର ନାହାନ୍ତି” ବୋଲି ମୂର୍ଖ ଆପଣା ମନେ ମନେ କହିଅଛି। ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ।
Kwa mtsogoleri wa mayimbidwe. Potsata mayimbidwe a Mahalati. Ndakatulo ya Davide. Chitsiru chimati mu mtima mwake, “Kulibe Mulungu.” Iwo ndi oyipa ndipo njira zawo ndi zonyansa; palibe ndi mmodzi yemwe amene amachita chabwino.
2 ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ।
Mulungu kumwamba amayangʼana pansi pano pa ana a anthu kuti aone ngati alipo wina wanzeru, wofunafuna Mulungu.
3 ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେମାନେ ସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ।
Aliyense wabwerera, iwo onse pamodzi akhala oyipa; palibe ndi mmodzi yemwe amene amachita chabwino, ngakhale mmodzi.
4 ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ଖାଦ୍ୟ ଗ୍ରାସ କଲା ପରି ମୋʼ ଲୋକମାନଙ୍କୁ ଗ୍ରାସ କରନ୍ତି, ପୁଣି, ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରନ୍ତି ନାହିଁ।
Kodi anthu ochita zoyipawa adzaphunziradi; anthu amene amadya anthu anga monga mmene anthu amadyera buledi, ndipo sapemphera kwa Mulungu?
5 ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ୱର ତୁମ୍ଭ ବିରୁଦ୍ଧରେ ଅଧର୍ମାଚାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ୱର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ।
Iwo anali pamenepo atathedwa nzeru ndi mantha aakulu pamene panalibe kanthu kochititsa mantha. Mulungu anamwazamwaza mafupa a anthu amene anakuthirani nkhondo; inuyo munawachititsa manyazi, pakuti Mulungu anawanyoza.
6 ଆଃ, ଯଦି ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତା! ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବେ, ସେତେବେଳେ ଯାକୁବ ଉଲ୍ଲସିତ ଓ ଇସ୍ରାଏଲ ଆନନ୍ଦିତ ହେବେ।
Ndithu, chipulumutso cha Israeli nʼchochokera ku Ziyoni! Pamene Mulungu adzabwezeretsanso ulemerero wa anthu ake, lolani Yakobo akondwere ndi Israeli asangalale!

< ଗୀତସଂହିତା 53 >