< ଗୀତସଂହିତା 53 >

1 ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍‍ ସ୍ୱରରେ ଦାଉଦଙ୍କର ମସ୍କୀଲ୍‍। “ପରମେଶ୍ୱର ନାହାନ୍ତି” ବୋଲି ମୂର୍ଖ ଆପଣା ମନେ ମନେ କହିଅଛି। ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ।
TO THE OVERSEER. “ON A DISEASE.” AN INSTRUCTION OF DAVID. A fool said in his heart, “There is no God.” They have done corruptly, Indeed, they have done abominable iniquity, There is none doing good.
2 ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ।
God looked on the sons of men from the heavens, To see if there is an understanding one, [One] seeking God.
3 ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେମାନେ ସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ।
Everyone went back, together they became filthy, There is none doing good—not even one.
4 ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ଖାଦ୍ୟ ଗ୍ରାସ କଲା ପରି ମୋʼ ଲୋକମାନଙ୍କୁ ଗ୍ରାସ କରନ୍ତି, ପୁଣି, ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରନ୍ତି ନାହିଁ।
Workers of iniquity have not known, Those eating my people have eaten bread, They have not called God.
5 ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ୱର ତୁମ୍ଭ ବିରୁଦ୍ଧରେ ଅଧର୍ମାଚାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ୱର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ।
There they feared a fear—there was no fear, For God has scattered the bones of him Who is encamping against you, You have put to shame, For God has despised them.
6 ଆଃ, ଯଦି ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତା! ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବେ, ସେତେବେଳେ ଯାକୁବ ଉଲ୍ଲସିତ ଓ ଇସ୍ରାଏଲ ଆନନ୍ଦିତ ହେବେ।
Who gives the salvation of Israel from Zion? When God turns back [to] a captivity of His people, Jacob rejoices—Israel is glad!

< ଗୀତସଂହିତା 53 >