< ଗୀତସଂହିତା 53 >
1 ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ୱରରେ ଦାଉଦଙ୍କର ମସ୍କୀଲ୍। “ପରମେଶ୍ୱର ନାହାନ୍ତି” ବୋଲି ମୂର୍ଖ ଆପଣା ମନେ ମନେ କହିଅଛି। ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ।
εἰς τὸ τέλος ὑπὲρ μαελεθ συνέσεως τῷ Δαυιδ εἶπεν ἄφρων ἐν καρδίᾳ αὐτοῦ οὐκ ἔστιν θεός διεφθάρησαν καὶ ἐβδελύχθησαν ἐν ἀνομίαις οὐκ ἔστιν ποιῶν ἀγαθόν
2 ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ।
ὁ θεὸς ἐκ τοῦ οὐρανοῦ διέκυψεν ἐπὶ τοὺς υἱοὺς τῶν ἀνθρώπων τοῦ ἰδεῖν εἰ ἔστιν συνίων ἢ ἐκζητῶν τὸν θεόν
3 ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେମାନେ ସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ।
πάντες ἐξέκλιναν ἅμα ἠχρεώθησαν οὐκ ἔστιν ποιῶν ἀγαθόν οὐκ ἔστιν ἕως ἑνός
4 ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ଖାଦ୍ୟ ଗ୍ରାସ କଲା ପରି ମୋʼ ଲୋକମାନଙ୍କୁ ଗ୍ରାସ କରନ୍ତି, ପୁଣି, ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରନ୍ତି ନାହିଁ।
οὐχὶ γνώσονται πάντες οἱ ἐργαζόμενοι τὴν ἀνομίαν οἱ ἔσθοντες τὸν λαόν μου βρώσει ἄρτου τὸν θεὸν οὐκ ἐπεκαλέσαντο
5 ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ୱର ତୁମ୍ଭ ବିରୁଦ୍ଧରେ ଅଧର୍ମାଚାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ୱର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ।
ἐκεῖ φοβηθήσονται φόβον οὗ οὐκ ἦν φόβος ὅτι ὁ θεὸς διεσκόρπισεν ὀστᾶ ἀνθρωπαρέσκων κατῃσχύνθησαν ὅτι ὁ θεὸς ἐξουδένωσεν αὐτούς
6 ଆଃ, ଯଦି ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତା! ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବେ, ସେତେବେଳେ ଯାକୁବ ଉଲ୍ଲସିତ ଓ ଇସ୍ରାଏଲ ଆନନ୍ଦିତ ହେବେ।
τίς δώσει ἐκ Σιων τὸ σωτήριον τοῦ Ισραηλ ἐν τῷ ἐπιστρέψαι κύριον τὴν αἰχμαλωσίαν τοῦ λαοῦ αὐτοῦ ἀγαλλιάσεται Ιακωβ καὶ εὐφρανθήσεται Ισραηλ