< ଗୀତସଂହିତା 55 >

1 ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍‍। ହେ ପରମେଶ୍ୱର, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର; ମୋʼ ବିନତିରୁ ଆପଣାକୁ ଲୁଚାଅ ନାହିଁ।
TO THE OVERSEER. WITH STRINGED INSTRUMENTS. AN INSTRUCTION OF DAVID. Give ear, O God, [to] my prayer, And do not hide from my supplication.
2 ମୋʼ ପ୍ରତି ମନୋଯୋଗ କରି ମୋତେ ଉତ୍ତର ଦିଅ; ଶତ୍ରୁମାନଙ୍କ ରବ ସକାଶୁ, ଦୁଷ୍ଟମାନଙ୍କ ଦୌରାତ୍ମ୍ୟ ସକାଶୁ ମୁଁ ଭାବନାରେ ଅସ୍ଥିର ହୋଇ ରୋଦନ କରୁଥାଏ;
Attend to me, and answer me, I mourn in my (meditation) and make a noise,
3 କାରଣ ସେମାନେ ମୋʼ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ଘୃଣା କରନ୍ତି।
Because of the voice of an enemy, Because of the oppression of the wicked, For they cause sorrow to move against me, And in anger they hate me.
4 ମୋʼ ଅନ୍ତରରେ ମୋʼ ହୃଦୟ ଅତ୍ୟନ୍ତ ବ୍ୟଥିତ ହେଉଅଛି ଓ ମୋʼ ଉପରେ ମୃତ୍ୟୁର ତ୍ରାସ ପଡ଼ିଅଛି।
My heart is pained within me, And terrors of death have fallen on me.
5 ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ପୁଣି, ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି।
Fear and trembling come to me, And horror covers me.
6 “ଯଦି କପୋତ ପରି ମୋହର ପକ୍ଷ ଥାʼନ୍ତା! ଏଣୁ ମୁଁ କହିଲି, ଆଃ, ତେବେ ମୁଁ ଉଡ଼ିଯାଇ ବିଶ୍ରାମ ପାଆନ୍ତି।
And I say, “Who gives to me a pinion as a dove?” I fly away and rest,
7 ଦେଖ, ତେବେ ମୁଁ ଦୂରରେ ଭ୍ରମଣ କରନ୍ତି, ମୁଁ ପ୍ରାନ୍ତରରେ ବାସ କରନ୍ତି। (ସେଲା)
Behold, I move far off, I lodge in a wilderness. (Selah)
8 ମୁଁ ପ୍ରବଳ ବାୟୁ ଓ ତୋଫାନରୁ ଆଶ୍ରୟ ନେବା ପାଇଁ ପଳାୟନ କରନ୍ତି।”
I hurry escape for myself, From a rushing wind, from a whirlwind.
9 ହେ ପ୍ରଭୋ, ବିନାଶ କର ଓ ସେମାନଙ୍କର ଅନେକ ଜିହ୍ୱା ଜନ୍ମାଅ; କାରଣ ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଅଛି।
Swallow up, O Lord, divide their tongue, For I saw violence and strife in a city.
10 ଶତ୍ରୁମାନେ ଦିବାରାତ୍ର ତହିଁର ପ୍ରାଚୀର ଦେଇ ଭ୍ରମଣ କରନ୍ତି; ମଧ୍ୟ ଅଧର୍ମ ଓ ଉତ୍ପାତ ତହିଁ ମଧ୍ୟରେ ଅଛି।
By day and by night they go around it, on its walls. Both iniquity and perverseness [are] in its midst,
11 ଦୁଷ୍ଟତା ତହିଁର ମଧ୍ୟବର୍ତ୍ତୀ, ଦୌରାତ୍ମ୍ୟ ଓ ଛଳନା ତହିଁର ଛକସ୍ଥାନସବୁ ଛାଡ଼େ ନାହିଁ।
Mischiefs [are] in its midst. Fraud and deceit do not depart from its street.
12 କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରିପାରନ୍ତି; କିଅବା ମୋହର ଘୃଣାକାରୀ ମୋʼ ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି;
For an enemy does not reproach me, or I bear [it], He who is hating me Has not magnified himself against me, Or I hide from him.
13 ମାତ୍ର ମୋʼ ପରି ମନୁଷ୍ୟ, ମୋହର ସଙ୍ଗୀ ଓ ମୋହର ଆତ୍ମୀୟ ଯେ ତୁମ୍ଭେ, ତୁମ୍ଭେ ତାହା କଲ।
But you, a man—as my equal, My familiar friend, and my acquaintance.
14 ଆମ୍ଭେମାନେ ଏକତ୍ର ମଧୁର ମନ୍ତ୍ରଣା କଲୁ, ଜନତା ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଗମନାଗମନ କଲୁ।
When together we sweeten counsel, We walk into the house of God in company.
15 ମୃତ୍ୟୁୁ ସେମାନଙ୍କୁ ହଠାତ୍‍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସ ସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି। (Sheol h7585)
Desolations [are] on them, They go down [to] Sheol—alive, For wickedness [is] in their dwelling, in their midst. (Sheol h7585)
16 ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ।
I call to God, and YHWH saves me.
17 ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; ଆଉ, ସେ ମୋʼ ରବ ଶୁଣିବେ।
Evening, and morning, and noon, I meditate, and make a noise, and He hears my voice,
18 ସେ ମୋʼ ପ୍ରତିକୂଳ ଯୁଦ୍ଧରୁ କୁଶଳରେ ମୋʼ ପ୍ରାଣ ମୁକ୍ତ କରିଅଛନ୍ତି; କାରଣ ମୋʼ ସଙ୍ଗେ ବିରୋଧକାରୀ ଅନେକ ଥିଲେ।
He has ransomed my soul in peace From him who is near to me, For with the multitude they were with me.
19 ପରମେଶ୍ୱର ଶୁଣିବେ ଓ ସେମାନଙ୍କୁ ଉତ୍ତର ଦେବେ, ସେ ଚିରକାଳ ବିଦ୍ୟମାନ, (ସେଲା) ସେହି ଲୋକମାନଙ୍କ କୌଣସି ପରିବର୍ତ୍ତନ ଘଟି ନାହିଁ, ପୁଣି, ସେମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନାହିଁ।
God hears and afflicts them, And He sits of old. (Selah) Because they have no changes, and do not fear God,
20 ସେ ଆପଣା ସଙ୍ଗେ ମିଳନରେ ଥିବା ଲୋକ ବିରୁଦ୍ଧରେ ହାତ ଉଠାଇଅଛି; ସେ ଆପଣା ନିୟମ ଲଙ୍ଘନ କରିଅଛି।
He has sent forth his hands against his well-wishers, He has defiled his covenant.
21 ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ୍ଗ ତୁଲ୍ୟ।
His mouth has been sweeter than honey, And his heart [is] war! His words have been softer than oil, And they [are] drawn [swords].
22 ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ।
Cast on YHWH that which He has given you, And He sustains you, He does not permit the moving of the righteous forever.
23 ମାତ୍ର ହେ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ସର୍ବନାଶର ଗର୍ତ୍ତକୁ ଆଣିବ; ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକମାନେ ଆପଣା ଆପଣା ଆୟୁଷର ଅର୍ଦ୍ଧେକ ବଞ୍ଚିବେ ନାହିଁ; ମାତ୍ର ମୁଁ ତୁମ୍ଭ ଉପରେ ନିର୍ଭର କରିବି।
And You, O God, bring them down To a pit of destruction, Men of blood and deceit do not reach to half their days, And I trust in You!

< ଗୀତସଂହିତା 55 >