< ଗୀତସଂହିତା 55 >
1 ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍। ହେ ପରମେଶ୍ୱର, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର; ମୋʼ ବିନତିରୁ ଆପଣାକୁ ଲୁଚାଅ ନାହିଁ।
Uyategee sikio maombi yangu, Mungu; nawe usijifiche mbali na kusihi kwangu.
2 ମୋʼ ପ୍ରତି ମନୋଯୋଗ କରି ମୋତେ ଉତ୍ତର ଦିଅ; ଶତ୍ରୁମାନଙ୍କ ରବ ସକାଶୁ, ଦୁଷ୍ଟମାନଙ୍କ ଦୌରାତ୍ମ୍ୟ ସକାଶୁ ମୁଁ ଭାବନାରେ ଅସ୍ଥିର ହୋଇ ରୋଦନ କରୁଥାଏ;
Unitazame kwa makini na unijibu; Sina pumziko katika shida zangu
3 କାରଣ ସେମାନେ ମୋʼ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ଘୃଣା କରନ୍ତି।
kwa sababu ya sauti ya adui zangu, kwa sababu ya ukandamizaji wa waovu; maana wananiletea matatizo na kunitesa wakiwa na hasira.
4 ମୋʼ ଅନ୍ତରରେ ମୋʼ ହୃଦୟ ଅତ୍ୟନ୍ତ ବ୍ୟଥିତ ହେଉଅଛି ଓ ମୋʼ ଉପରେ ମୃତ୍ୟୁର ତ୍ରାସ ପଡ଼ିଅଛି।
Moyo wangu wasumbuka ndani yangu, na hofu ya kifo imeniangukia.
5 ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ପୁଣି, ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି।
Uwoga na kutetemeka kumenijia, nayo hofu imenielemea.
6 “ଯଦି କପୋତ ପରି ମୋହର ପକ୍ଷ ଥାʼନ୍ତା! ଏଣୁ ମୁଁ କହିଲି, ଆଃ, ତେବେ ମୁଁ ଉଡ଼ିଯାଇ ବିଶ୍ରାମ ପାଆନ୍ତି।
Nikasema, “Oh, kama tu ningekuwa na mabawa kama njiwa! Ningelipaa mbali na kupata pumziko.
7 ଦେଖ, ତେବେ ମୁଁ ଦୂରରେ ଭ୍ରମଣ କରନ୍ତି, ମୁଁ ପ୍ରାନ୍ତରରେ ବାସ କରନ୍ତି। (ସେଲା)
Tazama, ningeenda mbali; ningekaa jangwani. (Selah)
8 ମୁଁ ପ୍ରବଳ ବାୟୁ ଓ ତୋଫାନରୁ ଆଶ୍ରୟ ନେବା ପାଇଁ ପଳାୟନ କରନ୍ତି।”
Ningefanya haraka kuja mafichoni mwako kuzikimbia dhoruba na tufani.”
9 ହେ ପ୍ରଭୋ, ବିନାଶ କର ଓ ସେମାନଙ୍କର ଅନେକ ଜିହ୍ୱା ଜନ୍ମାଅ; କାରଣ ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଅଛି।
Uwaangamize, Bwana, vuruga lugha zao! Kwa maana nimeona vurugu na ugomvi katika mji.
10 ଶତ୍ରୁମାନେ ଦିବାରାତ୍ର ତହିଁର ପ୍ରାଚୀର ଦେଇ ଭ୍ରମଣ କରନ୍ତି; ମଧ୍ୟ ଅଧର୍ମ ଓ ଉତ୍ପାତ ତହିଁ ମଧ୍ୟରେ ଅଛି।
Mchana na usiku wao huenda kwenye kuta zake; uchafu na ufisadi uko katikati yake.
11 ଦୁଷ୍ଟତା ତହିଁର ମଧ୍ୟବର୍ତ୍ତୀ, ଦୌରାତ୍ମ୍ୟ ଓ ଛଳନା ତହିଁର ଛକସ୍ଥାନସବୁ ଛାଡ଼େ ନାହିଁ।
Uovu uko katikati yake; ukandamizaji na uongo hauiachi mitaa yake.
12 କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରିପାରନ୍ତି; କିଅବା ମୋହର ଘୃଣାକାରୀ ମୋʼ ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି;
Kwa maana hakuwa adui aliye nikemea, hivyo ningevumilia; wala ingekuwa ni yule aliye nichukia aliyejiinua mwenyewe dhidi yagu, hivyo ningejificha asinione.
13 ମାତ୍ର ମୋʼ ପରି ମନୁଷ୍ୟ, ମୋହର ସଙ୍ଗୀ ଓ ମୋହର ଆତ୍ମୀୟ ଯେ ତୁମ୍ଭେ, ତୁମ୍ଭେ ତାହା କଲ।
Lakini ulikuwa wewe, mtu sawa na mimi, mwenzangu na rafiki yangu.
14 ଆମ୍ଭେମାନେ ଏକତ୍ର ମଧୁର ମନ୍ତ୍ରଣା କଲୁ, ଜନତା ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଗମନାଗମନ କଲୁ।
Tulikuwa na ushirika mtamu pamoja; tuliingia katika nyumba ya Mungu tukiwa na umati mkubwa.
15 ମୃତ୍ୟୁୁ ସେମାନଙ୍କୁ ହଠାତ୍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସ ସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି। (Sheol )
Kifo na kiwapate ghafla; na washuke wakiwa hai kuzimuni, maana ndiko waishiko waovu, hapo hapo kati yao. (Sheol )
16 ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ।
Lakini kwangu mimi, nitamwita Mungu, na Yahwe ataniokoa.
17 ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; ଆଉ, ସେ ମୋʼ ରବ ଶୁଣିବେ।
Wakati wa jioni, asubuhi na mchana ninalalamika na kuomboleza; yeye atasikia sauti yangu.
18 ସେ ମୋʼ ପ୍ରତିକୂଳ ଯୁଦ୍ଧରୁ କୁଶଳରେ ମୋʼ ପ୍ରାଣ ମୁକ୍ତ କରିଅଛନ୍ତି; କାରଣ ମୋʼ ସଙ୍ଗେ ବିରୋଧକାରୀ ଅନେକ ଥିଲେ।
Kwa usalama kabisa atayaokoa maisha yangu na vita dhidi yangu, kwa maana wale waliopigana nami walikuwa ni wengi.
19 ପରମେଶ୍ୱର ଶୁଣିବେ ଓ ସେମାନଙ୍କୁ ଉତ୍ତର ଦେବେ, ସେ ଚିରକାଳ ବିଦ୍ୟମାନ, (ସେଲା) ସେହି ଲୋକମାନଙ୍କ କୌଣସି ପରିବର୍ତ୍ତନ ଘଟି ନାହିଁ, ପୁଣି, ସେମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନାହିଁ।
Mungu, yule unayetawala milele, atawasikia na kuwaaibisha wao. (Selah) Hawabadiliki, na hawamhofu Mungu.
20 ସେ ଆପଣା ସଙ୍ଗେ ମିଳନରେ ଥିବା ଲୋକ ବିରୁଦ୍ଧରେ ହାତ ଉଠାଇଅଛି; ସେ ଆପଣା ନିୟମ ଲଙ୍ଘନ କରିଅଛି।
Rafiki yangu ameinua mikono yake dhidi ya wale waliokuwa na amani naye; Hakuheshimu agano alilokuwa nalo.
21 ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ୍ଗ ତୁଲ୍ୟ।
Mdomo wake ulikuwa laini kama siagi, lakini moyo wake ulikuwa adui; maneno yake yalikuwa laini kuliko mafuta, lakini yalikuwa ni panga zilizochomolewa.
22 ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ।
Umtwike mizigo yako Yahwe, naye atakusaidia; yeye hataruhusu mtu mwenye haki kuyumbayumba.
23 ମାତ୍ର ହେ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ସର୍ବନାଶର ଗର୍ତ୍ତକୁ ଆଣିବ; ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକମାନେ ଆପଣା ଆପଣା ଆୟୁଷର ଅର୍ଦ୍ଧେକ ବଞ୍ଚିବେ ନାହିଁ; ମାତ୍ର ମୁଁ ତୁମ୍ଭ ଉପରେ ନିର୍ଭର କରିବି।
Bali wewe, Mungu, utawaleta waovu chini kwenye shimo la uharibifu; watu wenye kiu ya kumwaga damu na waongo hawataishi hata nusu ya maisha kama wengine, lakini mimi nitakuamini wewe.