< ଗୀତସଂହିତା 56 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଯୋନତ୍‍-ଏଲମ୍‍ ରହୋକୀମ୍‍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍‍; ପଲେଷ୍ଟୀୟମାନେ ତାଙ୍କୁ ଗାଥ୍‍ ନଗରରେ ଧରିବା ସମୟରେ ରଚିତ। ହେ ପରମେଶ୍ୱର, ମୋତେ ଦୟା କର; କାରଣ ମୋହର ଶତ୍ରୁ ମୋତେ ଗ୍ରାସ କରିବାକୁ ଉଦ୍ୟତ; ସେ ସାରାଦିନ ଯୁଦ୍ଧ କରି ମୋʼ ପ୍ରତି ଉପଦ୍ରବ କରଇ।
לַמְנַצֵּחַ ׀ עַל־יוֹנַת אֵלֶם רְחֹקִים לְדָוִד מִכְתָּם בֶּֽאֱחֹז אֹתוֹ פְלִשְׁתִּים בְּגַֽת׃ חָנֵּנִי אֱלֹהִים כִּֽי־שְׁאָפַנִי אֱנוֹשׁ כָּל־הַיּוֹם לֹחֵם יִלְחָצֵֽנִי׃
2 ମୋହର ଶତ୍ରୁଗଣ ଦିନସାରା ମୋତେ ଗ୍ରାସ କରିବାକୁ ଉଦ୍ୟତ; କାରଣ ଦର୍ପରେ ମୋʼ ବିରୁଦ୍ଧରେ ଯୁଦ୍ଧକାରୀ ଲୋକ ଅନେକ।
שָׁאֲפוּ שׁוֹרְרַי כָּל־הַיּוֹם כִּֽי־רַבִּים לֹחֲמִים לִי מָרֽוֹם׃
3 ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।
יוֹם אִירָא אֲנִי אֵלֶיךָ אֶבְטָֽח׃
4 ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋର କଅଣ କରି ପାରିବ?
בֵּאלֹהִים אֲהַלֵּל דְּבָרוֹ בֵּאלֹהִים בָּטַחְתִּי לֹא אִירָא מַה־יַּעֲשֶׂה בָשָׂר לִֽי׃
5 ସେମାନେ ସାରାଦିନ ମୋହର କଥାର ବିପରୀତ ଅର୍ଥ କରନ୍ତି; ମୋʼ ବିରୁଦ୍ଧରେ ସେମାନଙ୍କର କଳ୍ପନାସବୁ ଅମଙ୍ଗଳାର୍ଥକ।
כָּל־הַיּוֹם דְּבָרַי יְעַצֵּבוּ עָלַי כָּל־מַחְשְׁבֹתָם לָרָֽע׃
6 ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋʼ ପ୍ରାଣର ଅପେକ୍ଷା କରିଅଛନ୍ତି।
יָגוּרוּ ׀ יצפינו יִצְפּוֹנוּ הֵמָּה עֲקֵבַי יִשְׁמֹרוּ כַּאֲשֶׁר קִוּוּ נַפְשִֽׁי׃
7 ସେମାନେ କʼଣ ଅଧର୍ମ ଦ୍ୱାରା ରକ୍ଷା ପାଇବେ? ହେ ପରମେଶ୍ୱର, କ୍ରୋଧରେ ଗୋଷ୍ଠୀୟମାନଙ୍କୁ ନିପାତ କର।
עַל־אָוֶן פַּלֶּט־לָמוֹ בְּאַף עַמִּים ׀ הוֹרֵד אֱלֹהִֽים׃
8 ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କʼଣ ତୁମ୍ଭ ପୁସ୍ତକରେ ନାହିଁ?
נֹדִי סָפַרְתָּה אָתָּה שִׂימָה דִמְעָתִי בְנֹאדֶךָ הֲלֹא בְּסִפְרָתֶֽךָ׃
9 ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋʼ ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ୱର ମୋହର ସପକ୍ଷ।
אָז יָשׁוּבוּ אוֹיְבַי אָחוֹר בְּיוֹם אֶקְרָא זֶה־יָדַעְתִּי כִּֽי־אֱלֹהִים לִֽי׃
10 ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି। ସଦାପ୍ରଭୁଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି।
בֵּֽאלֹהִים אֲהַלֵּל דָּבָר בַּיהוָה אֲהַלֵּל דָּבָֽר׃
11 ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋହର କʼଣ କରି ପାରିବ?
בֵּֽאלֹהִים בָּטַחְתִּי לֹא אִירָא מַה־יַּעֲשֶׂה אָדָם לִֽי׃
12 ହେ ପରମେଶ୍ୱର, ତୁମ୍ଭ ନିକଟରେ ମୋହର ମାନତ ଅଛି; ମୁଁ ତୁମ୍ଭକୁ ଧନ୍ୟବାଦରୂପ ଉପହାର ଦେବି।
עָלַי אֱלֹהִים נְדָרֶיךָ אֲשַׁלֵּם תּוֹדֹת לָֽךְ׃
13 କାରଣ ତୁମ୍ଭେ ମୃତ୍ୟୁୁରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ; ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ୱରଙ୍କ ସମ୍ମୁଖରେ ଗମନାଗମନ କରିବି; ଏଥିପାଇଁ ତୁମ୍ଭେ କʼଣ ପତନରୁ ମୋʼ ଚରଣକୁ ଉଦ୍ଧାର କରିବ ନାହିଁ?
כִּי הִצַּלְתָּ נַפְשִׁי מִמָּוֶת הֲלֹא רַגְלַי מִדֶּחִי לְהִֽתְהַלֵּךְ לִפְנֵי אֱלֹהִים בְּאוֹר הֽ͏ַחַיִּֽים׃

< ଗୀତସଂହିତା 56 >