< ଗୀତସଂହିତା 56 >
1 ପ୍ରଧାନ ବାଦ୍ୟକର ନିମନ୍ତେ ଯୋନତ୍-ଏଲମ୍ ରହୋକୀମ୍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍; ପଲେଷ୍ଟୀୟମାନେ ତାଙ୍କୁ ଗାଥ୍ ନଗରରେ ଧରିବା ସମୟରେ ରଚିତ। ହେ ପରମେଶ୍ୱର, ମୋତେ ଦୟା କର; କାରଣ ମୋହର ଶତ୍ରୁ ମୋତେ ଗ୍ରାସ କରିବାକୁ ଉଦ୍ୟତ; ସେ ସାରାଦିନ ଯୁଦ୍ଧ କରି ମୋʼ ପ୍ରତି ଉପଦ୍ରବ କରଇ।
Kwa mwimbishaji. Mtindo wa “Njiwa mkimya wa mbali.” Utenzi wa Daudi. Baada ya kukamatwa na Wafilisti huko Gathi. Ee Mungu unihurumie, maana watu wananifuatia vikali; mchana kutwa wanazidisha mashambulizi yao.
2 ମୋହର ଶତ୍ରୁଗଣ ଦିନସାରା ମୋତେ ଗ୍ରାସ କରିବାକୁ ଉଦ୍ୟତ; କାରଣ ଦର୍ପରେ ମୋʼ ବିରୁଦ୍ଧରେ ଯୁଦ୍ଧକାରୀ ଲୋକ ଅନେକ।
Wasingiziaji wangu wananifuatia mchana kutwa, wengi wananishambulia kwa kiburi chao.
3 ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।
Wakati ninapoogopa, nitakutumaini wewe.
4 ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋର କଅଣ କରି ପାରିବ?
Katika Mungu, ambaye neno lake ninalisifu, katika Mungu ninatumaini; sitaogopa. Mwanadamu apatikanaye na kufa, atanitenda nini?
5 ସେମାନେ ସାରାଦିନ ମୋହର କଥାର ବିପରୀତ ଅର୍ଥ କରନ୍ତି; ମୋʼ ବିରୁଦ୍ଧରେ ସେମାନଙ୍କର କଳ୍ପନାସବୁ ଅମଙ୍ଗଳାର୍ଥକ।
Mchana kutwa wanayageuza maneno yangu, siku zote wanapanga shauri la kunidhuru.
6 ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋʼ ପ୍ରାଣର ଅପେକ୍ଷା କରିଅଛନ୍ତି।
Wananifanyia hila, wanajificha, wanatazama hatua zangu, wakiwa na shauku ya kuutoa uhai wangu.
7 ସେମାନେ କʼଣ ଅଧର୍ମ ଦ୍ୱାରା ରକ୍ଷା ପାଇବେ? ହେ ପରମେଶ୍ୱର, କ୍ରୋଧରେ ଗୋଷ୍ଠୀୟମାନଙ୍କୁ ନିପାତ କର।
Wasiepuke kwa vyovyote, Ee Mungu, katika hasira yako yaangushe mataifa.
8 ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କʼଣ ତୁମ୍ଭ ପୁସ୍ତକରେ ନାହିଁ?
Andika maombolezo yangu, orodhesha machozi yangu katika gombo lako: je, haya hayapo katika kumbukumbu zako?
9 ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋʼ ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ୱର ମୋହର ସପକ୍ଷ।
Ndipo adui zangu watarudi nyuma ninapoita msaada. Kwa hili nitajua kwamba Mungu yuko upande wangu.
10 ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି। ସଦାପ୍ରଭୁଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି।
Katika Mungu, ambaye neno lake ninalisifu, katika Bwana, ambaye neno lake ninalisifu,
11 ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋହର କʼଣ କରି ପାରିବ?
katika Mungu ninatumaini, sitaogopa. Mwanadamu anaweza kunitenda nini?
12 ହେ ପରମେଶ୍ୱର, ତୁମ୍ଭ ନିକଟରେ ମୋହର ମାନତ ଅଛି; ମୁଁ ତୁମ୍ଭକୁ ଧନ୍ୟବାଦରୂପ ଉପହାର ଦେବି।
Ee Mungu, nina nadhiri kwako, nitakutolea wewe sadaka zangu za shukrani.
13 କାରଣ ତୁମ୍ଭେ ମୃତ୍ୟୁୁରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ; ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ୱରଙ୍କ ସମ୍ମୁଖରେ ଗମନାଗମନ କରିବି; ଏଥିପାଇଁ ତୁମ୍ଭେ କʼଣ ପତନରୁ ମୋʼ ଚରଣକୁ ଉଦ୍ଧାର କରିବ ନାହିଁ?
Kwa kuwa umeniokoa toka kwenye mauti na miguu yangu kwenye kujikwaa, ili niweze kuenenda mbele za Mungu katika nuru ya uzima.