< ଗୀତସଂହିତା 57 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍‍; ଗୁମ୍ଫାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ। ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।
To the chief Musician, Altaschith, Michtam of David, when he fled from Saul in the cave. Be merciful to me, O God, be merciful to me: for my soul trusteth in thee: yea, in the shadow of thy wings will I make my refuge, until these calamities are past by.
2 ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ, ମୋʼ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ୱରଙ୍କ ନିକଟରେ ଡାକ ପକାଇବି।
I will cry to God most high; to God that performeth all things for me.
3 ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; (ସେଲା) ପରମେଶ୍ୱର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ।
He shall send from heaven, and save me from the reproach of him that would swallow me up. (Selah) God shall send forth his mercy and his truth.
4 ମୁଁ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।
My soul is among lions: and I lie even among them that are set on fire, even the sons of men, whose teeth are spears and arrows, and their tongue a sharp sword.
5 ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।
Be thou exalted, O God, above the heavens; let thy glory be above all the earth.
6 ସେମାନେ ମୋʼ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋʼ ପ୍ରାଣ ଅବନତ ହୋଇଅଛି; ସେମାନେ ମୋʼ ସମ୍ମୁଖରେ ଗର୍ତ୍ତ ଖୋଳିଅଛନ୍ତି; ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। (ସେଲା)
They have prepared a net for my steps; my soul is bowed down: they have dug a pit before me, into the midst of which they have fallen themselves. (Selah)
7 ହେ ପରମେଶ୍ୱର, ମୋʼ ଚିତ୍ତ ସୁସ୍ଥିର ଅଛି, ମୋʼ ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି।
My heart is fixed, O God, my heart is fixed: I will sing and give praise.
8 ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି।
Awake, my glory; awake, psaltery and harp: I myself will awake early.
9 ହେ ପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।
I will praise thee, O Lord, among the people: I will sing to thee among the nations.
10 କାରଣ ତୁମ୍ଭର ଦୟା ସ୍ୱର୍ଗ ପର୍ଯ୍ୟନ୍ତ ମହତ ଓ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ।
For thy mercy is great to the heavens, and thy truth to the clouds.
11 ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।
Be thou exalted, O God, above the heavens: let thy glory be above all the earth.

< ଗୀତସଂହିତା 57 >