< ଗୀତସଂହିତା 57 >
1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍; ଗୁମ୍ଫାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ। ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।
Aie pitié, ô Dieu, aie pitié de moi! Car mon âme se retire vers toi; je me réfugie sous l'ombre de tes ailes, jusqu'à ce que les calamités soient passées.
2 ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ, ମୋʼ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ୱରଙ୍କ ନିକଟରେ ଡାକ ପକାଇବି।
Je crie au Dieu Très-Haut, à Dieu qui accomplit son œuvre pour moi.
3 ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; (ସେଲା) ପରମେଶ୍ୱର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ।
Il enverra des cieux et me sauvera. Il rendra honteux celui qui me poursuit (Sélah) Dieu enverra sa bonté et sa vérité.
4 ମୁଁ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।
Mon âme est au milieu des lions; j'habite parmi des gens qui soufflent des flammes, des hommes dont les dents sont des lances et des flèches, dont la langue est une épée aiguë.
5 ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।
O Dieu, élève-toi sur les cieux! Que ta gloire soit sur toute la terre!
6 ସେମାନେ ମୋʼ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋʼ ପ୍ରାଣ ଅବନତ ହୋଇଅଛି; ସେମାନେ ମୋʼ ସମ୍ମୁଖରେ ଗର୍ତ୍ତ ଖୋଳିଅଛନ୍ତି; ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। (ସେଲା)
Ils avaient tendu un piège à mes pas; mon âme chancelait; ils avaient creusé une fosse devant moi; ils y sont tombés. (Sélah)
7 ହେ ପରମେଶ୍ୱର, ମୋʼ ଚିତ୍ତ ସୁସ୍ଥିର ଅଛି, ମୋʼ ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି।
Mon cœur est disposé, ô Dieu! mon cœur est disposé; je chanterai, je psalmodierai.
8 ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି।
Éveille-toi, ma gloire; éveillez-vous, mon luth et ma harpe! Je préviendrai l'aurore.
9 ହେ ପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।
Seigneur, je te louerai parmi les peuples; je te célébrerai parmi les nations.
10 କାରଣ ତୁମ୍ଭର ଦୟା ସ୍ୱର୍ଗ ପର୍ଯ୍ୟନ୍ତ ମହତ ଓ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ।
Car ta bonté atteint jusqu'aux cieux, et ta fidélité jusqu'aux nues.
11 ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।
O Dieu, élève-toi sur les cieux! Que ta gloire soit sur toute la terre!