< ଗୀତସଂହିତା 58 >
1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ; ମିକ୍ତାମ୍। ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ?
For the music director. According to “Do Not Destroy.” A psalm (miktam) of David. You leaders, do you really say what is right? Do you judge people fairly?
2 ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ; ତୁମ୍ଭେମାନେ ଦେଶରେ ସ୍ୱହସ୍ତର ଦୌରାତ୍ମ୍ୟ ତୌଲୁଅଛ।
No, for in your minds you plan evil. You cause violence everywhere!
3 ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି।
The wicked are sinners from birth; from the moment they're born they tell lies.
4 ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ;
They have venom like that of a poisonous snake, and just like a cobra they stop listening,
5 ସାପୁଡ଼ିଆମାନେ ଯେତେ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ୱର ଶୁଣେ ନାହିଁ।
refusing to hear the voice of the snake charmers or the spellbinders.
6 ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୋ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ।
God, break their teeth, and smash the jaws of these lions, Lord.
7 ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ।
May they vanish like water that flows away; when they shoot their arrows may they miss their mark.
8 ଯେଉଁ ଶାମୁକା ଯାଉ ଯାଉ ତରଳି ଯାଏ ଓ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ।
May they be like the slime of snails that dissolves away, like a stillborn child that never saw the light of day.
9 ତୁମ୍ଭମାନଙ୍କ ହାଣ୍ଡି କଣ୍ଟକ ସ୍ପର୍ଶ ନ କରିବା ପୂର୍ବରୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ।
Before the cooking pot is hot from burning thorns, whether fresh or dry, God will blow them away.
10 ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ।
Those who live right will be happy when they see there is punishment; they will wash their feet in the blood of the wicked.
11 ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ୱର ଅଛନ୍ତି।
They will say, “There is definitely a reward for those who live right; there is certainly a God who judges fairly on earth.”