< ଗୀତସଂହିତା 59 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍‍; ଶାଉଲ ଲୋକ ପଠାନ୍ତେ, ସେମାନେ ଦାଉଦଙ୍କୁ ବଧ କରିବା ପାଇଁ ତାଙ୍କର ଗୃହ ଜଗି ବସିବା ସମୟରେ ରଚିତ। ହେ ମୋହର ପରମେଶ୍ୱର, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର।
達味金詩,交與樂官。調寄「莫要毀壞」。 我主,求你由我的仇敵中,救我免難,求你從攻擊我者中,使戈脫險;
2 ଅଧର୍ମାଚାରୀମାନଙ୍କଠାରୁ ମୋତେ ଉଦ୍ଧାର କର, ରକ୍ତପିପାସୁ ଲୋକମାନଙ୍କଠାରୁ ମୋତେ ରକ୍ଷା କର।
求你救我脫離為非作歹的人,求你救我脫離好流人血的人。
3 କାରଣ ଦେଖ, ସେମାନେ ମୋʼ ପ୍ରାଣ ପାଇଁ ଛକି ବସନ୍ତି; ବଳବାନମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି; ହେ ସଦାପ୍ରଭୋ, ମୋହର ଅପରାଧ କିଅବା ମୋʼ ପାପ ସକାଶୁ ନୁହେଁ।
上主,你看,我雖然沒有作過惡,沒有犯過罪,但強橫人為害我的性命,卻群起與我作對。
4 ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର।
我雖然無辜,他們卻跑來挑戰,求你醒來扶助我,且予以察看。
5 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ। (ସେଲା)
因為你是上主,萬軍的天主,以色列的天主,醒來嚴罰這些群眾,別恩待這些背信的惡徒。
6 ସେମାନେ ସନ୍ଧ୍ୟାକାଳେ ଫେରିଆସି କୁକ୍କୁର ପରି ଶବ୍ଦ କରନ୍ତି ଓ ନଗର ଚାରିଆଡ଼େ ଭ୍ରମଣ କରନ୍ତି।
他們晚上歸來,狂吠如犬,他們環繞城池,四周圍轉。
7 ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍ଗାର କରନ୍ତି; ସେମାନଙ୍କ ଓଷ୍ଠାଧରରେ ଖଡ୍ଗ ଥାଏ; କାରଣ ସେମାନେ କହନ୍ତି, “କିଏ ଆମ୍ଭମାନଙ୍କୁ ଶୁଣିବ?”
看,他們的唇舌宛如利劍,且滿口傲慢說:有誰聽見?
8 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କ ପ୍ରତି ହସିବ; ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ।
但是你,上主,你必嘲笑他們,你必譏諷這般異民。
9 ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭର ଅନୁସରଣ କରିବି; କାରଣ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ ଅଟନ୍ତି।
我的力量,我只有仰望於你,因為你是天主,是我的堡壘。
10 ମୋହର ଦୟାବାନ ପରମେଶ୍ୱର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ୱର ମୋʼ ଶତ୍ରୁମାନଙ୍କ ଉପରେ ମୋʼ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ।
願那愛我的天主援助我,使我因仇敵失敗而歡樂!
11 ସେମାନଙ୍କୁ ବଧ କର ନାହିଁ, କେଜାଣି ମୋʼ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପ୍ରଭୋ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର।
天主,求你擊殺他們,免得侵犯我的人民;上主,我的謢盾,你以強力制服他們。
12 ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ।
他們口唇所說的話語:就是他們口舌的罪過,他們因自己的驕傲咒罵與謊言,自陷網羅!
13 ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ୱର ଯେ ଯାକୁବ ମଧ୍ୟରେ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ। (ସେଲା)
求你發怒滅絕他們,滅絕他們無一存立,使人知道:天主在雅各伯為王直達地極。
14 ଆଉ, ସେମାନେ ସନ୍ଧ୍ୟା ବେଳେ ଫେରିଆସି କୁକ୍କୁର ପରି ଶବ୍ଦ କରନ୍ତୁ ଓ ନଗର ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତୁ।
他們晚上歸來,狂吠如犬,他們環繞城池,四周圍轉。
15 ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ କରିବେ। ପୁଣି, ସେମାନେ ତୃପ୍ତ ନୋହିଲେ ସାରାରାତ୍ରି ରହିବେ।
他們到處遊蕩,覓食餬口。若不得飽食,便狂吠不休。
16 ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ୱରରେ ଗାନ କରିବି; କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ୱରୂପ ହୋଇଅଛ।
但是我要稱你的威能,每日清晨歡呼你的寬仁,因為只有你是我的碉堡,是我困厄時日的避難所。
17 ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି; ଯେଣୁ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ, ମୋହର ଦୟାବାନ ପରମେଶ୍ୱର।
我的力量,我只有向你歡唱,因為只有你是天主,是我的保障。你是我的天主,你對我慈祥。

< ଗୀତସଂହିତା 59 >