< ଗୀତସଂହିତା 59 >
1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍; ଶାଉଲ ଲୋକ ପଠାନ୍ତେ, ସେମାନେ ଦାଉଦଙ୍କୁ ବଧ କରିବା ପାଇଁ ତାଙ୍କର ଗୃହ ଜଗି ବସିବା ସମୟରେ ରଚିତ। ହେ ମୋହର ପରମେଶ୍ୱର, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର।
Don mai bi da kaɗe-kaɗe. Da muryar “Kada Ka Hallaka.” Ta Dawuda. Wani miktam. Sa’ad da Shawulu ya aiki mutane su yi tsaron gidan Dawuda don yă kashe shi. Ka cece ni daga abokan gābana, ya Allah; ka tsare ni daga waɗanda suka tayar mini.
2 ଅଧର୍ମାଚାରୀମାନଙ୍କଠାରୁ ମୋତେ ଉଦ୍ଧାର କର, ରକ୍ତପିପାସୁ ଲୋକମାନଙ୍କଠାରୁ ମୋତେ ରକ୍ଷା କର।
Ka kuɓutar da ni daga masu aikata mugunta ka kuma cece ni daga masu kisa.
3 କାରଣ ଦେଖ, ସେମାନେ ମୋʼ ପ୍ରାଣ ପାଇଁ ଛକି ବସନ୍ତି; ବଳବାନମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି; ହେ ସଦାପ୍ରଭୋ, ମୋହର ଅପରାଧ କିଅବା ମୋʼ ପାପ ସକାଶୁ ନୁହେଁ।
Duba yadda suka kwanta suna jirana! Mugaye suna ƙulle-ƙullen gāba da ni ba saboda wani dalili ko na yi wa wani zunubi ba, ya Ubangiji.
4 ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର।
Ban yi wani laifi ba, duk da haka suna a shirye su fāɗa mini. Tashi ka taimake ni; dubi halin da nake ciki!
5 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ। (ସେଲା)
Ya Ubangiji Allah Maɗaukaki, Allah na Isra’ila, ka tashi ka hukunta dukan al’ummai; kada ka nuna jinƙai ga mugaye maciya amana. (Sela)
6 ସେମାନେ ସନ୍ଧ୍ୟାକାଳେ ଫେରିଆସି କୁକ୍କୁର ପରି ଶବ୍ଦ କରନ୍ତି ଓ ନଗର ଚାରିଆଡ଼େ ଭ୍ରମଣ କରନ୍ତି।
Sukan dawo da yamma, suna wage haƙora kamar karnuka, suna yawo a birni.
7 ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍ଗାର କରନ୍ତି; ସେମାନଙ୍କ ଓଷ୍ଠାଧରରେ ଖଡ୍ଗ ଥାଏ; କାରଣ ସେମାନେ କହନ୍ତି, “କିଏ ଆମ୍ଭମାନଙ୍କୁ ଶୁଣିବ?”
Dubi abin da suke tofawa daga bakunansu, suna tofar da takuba daga leɓunansu, suna cewa, “Wa zai ji mu?”
8 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କ ପ୍ରତି ହସିବ; ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ।
Amma kai, ya Ubangiji, kakan yi musu dariya; kana yi wa dukan waɗannan al’ummai ba’a.
9 ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭର ଅନୁସରଣ କରିବି; କାରଣ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ ଅଟନ୍ତି।
Ya ƙarfina, na dogara gare ka; kai, ya Allah, kai ne kagarata,
10 ମୋହର ଦୟାବାନ ପରମେଶ୍ୱର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ୱର ମୋʼ ଶତ୍ରୁମାନଙ୍କ ଉପରେ ମୋʼ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ।
Allah mai ƙaunata. Allah zai sha gabana zai kuma sa in yi dariya a kan waɗanda suke magana marar kyau a kaina.
11 ସେମାନଙ୍କୁ ବଧ କର ନାହିଁ, କେଜାଣି ମୋʼ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପ୍ରଭୋ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର।
Amma kada ka kashe su, ya Ubangiji garkuwarmu, in ba haka mutanena za su manta. Cikin ikonka ka sa su yi ta yawo barkatai, ka kuma kawar da su.
12 ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ।
Saboda zunuban bakunansu, saboda maganganun leɓunansu, bari a kama su cikin fariyarsu. Saboda zage-zage da ƙarairayin da suke yi,
13 ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ୱର ଯେ ଯାକୁବ ମଧ୍ୟରେ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ। (ସେଲା)
ka cinye su da hasala, ka cinye su sarai. Sa’an nan za a sani a iyakar duniya cewa Allah yana mulki a bisa Yaƙub. (Sela)
14 ଆଉ, ସେମାନେ ସନ୍ଧ୍ୟା ବେଳେ ଫେରିଆସି କୁକ୍କୁର ପରି ଶବ୍ଦ କରନ୍ତୁ ଓ ନଗର ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତୁ।
Sukan dawo da yamma, suna wage haƙora kamar karnuka, suna yawo a birni.
15 ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ କରିବେ। ପୁଣି, ସେମାନେ ତୃପ୍ତ ନୋହିଲେ ସାରାରାତ୍ରି ରହିବେ।
Suna ta yawo neman abinci su kuwa yi haushi in ba su ƙoshi ba.
16 ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ୱରରେ ଗାନ କରିବି; କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ୱରୂପ ହୋଇଅଛ।
Amma zan rera game da ƙarfinka, da safe zan rera game da ƙaunarka; gama kai ne mafakata, kagarata a lokacin wahala.
17 ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି; ଯେଣୁ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ, ମୋହର ଦୟାବାନ ପରମେଶ୍ୱର।
Ya ƙarfina, na rera yabo gare ka; kai, ya Allah, kai ne kagarata, Allah mai ƙaunata.