< ଗୀତସଂହିତା 6 >
1 ପ୍ରଧାନ ବାଦ୍ୟକର ନିମନ୍ତେ, ତାରଯୁକ୍ତ ଯନ୍ତ୍ରରେ ଶିମିନୀତ୍ ସ୍ୱରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ।
Ein Psalm Davids, vorzusingen auf acht Saiten. Ach, HERR, strafe mich nicht in deinem Zorn und züchtige mich nicht in deinem Grimm!
2 ହେ ସଦାପ୍ରଭୋ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୋ, ମୋତେ ସୁସ୍ଥ କର; କାରଣ ମୋʼ ର ଅସ୍ଥିସବୁ ବ୍ୟାକୁଳ ହେଉଅଛି।
HERR, sei mir gnädig, denn ich bin schwach; heile mich, HERR, denn meine Gebeine sind erschrocken,
3 ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; ପୁଣି, ତୁମ୍ଭେ, ହେ ସଦାପ୍ରଭୋ, ଆଉ କେତେ କାଳ?
und meine Seele ist sehr erschrocken. Ach, du HERR, wie lange!
4 ହେ ସଦାପ୍ରଭୋ, ଫେର, ମୋʼ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର।
Wende dich, HERR, und errette meine Seele; hilf mir um deiner Güte willen!
5 କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ? (Sheol )
Denn im Tode gedenkt man dein nicht; wer will dir in der Hölle danken? (Sheol )
6 ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ।
Ich bin so müde vom Seufzen, ich schwemme mein Bette die ganze Nacht und netze mit meinen Tränen mein Lager.
7 ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ।
Meine Gestalt ist verfallen vor Trauern und ist alt worden; denn ich allenthalben geängstet werde.
8 ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି।
Weichet von mir, alle Übeltäter; denn der HERR höret mein Weinen,
9 ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ।
der HERR höret mein Flehen, mein Gebet nimmt der HERR an.
10 ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଓ ଅତ୍ୟନ୍ତ ବ୍ୟାକୁଳ ହେବେ; ସେମାନେ ଫେରିଯିବେ, ସେମାନେ ହଠାତ୍ ଲଜ୍ଜିତ ହେବେ।