< ଗୀତସଂହିତା 60 >
1 ପ୍ରଧାନ ବାଦ୍ୟକର ନିମନ୍ତେ ଶୂଷନ୍-ଏଦୁତ୍ ସ୍ୱରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍; ଅରାମନହରୟିମ୍ ଓ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଓ ଯୋୟାବ ଫେରି ଲବଣ ଉପତ୍ୟକାରେ ଇଦୋମୀୟ ବାର ହଜାର ଲୋକଙ୍କୁ ବଧ କରିବା ସମୟରେ ରଚିତ। ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର।
Don mai bi da kaɗe-kaɗe. Da muryar “Lilin Alkawari.” Wani miktam ta Dawuda. Don koyarwa. Sa’ad da ya yaƙi Aram-Naharayim da Aram-Zoba, da kuma sa’ad da Yowab ya dawo ya bugi mutanen Edom dubu goma sha biyu a Kwarin Gishiri. Ka ki mu, ya Allah, ka kuma fashe kāriyarmu; ka yi fushi da mu, yanzu ka mai da mu!
2 ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳଟଳ ହେଉଅଛି।
Ka girgiza ƙasar ka kuma tsaga ta; ka daure karayarta, gama tana rawa.
3 ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।
Ka nuna wa mutanenka lokutan wahala; ka ba mu ruwan inabin da ya sa muka bugu.
4 ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ। (ସେଲା)
Amma ga waɗanda suke tsoronka, ka ɗaga tuta don a buɗe gāba da baka. (Sela)
5 ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ।
Ka cece mu ka kuma taimake mu da hannunka na dama, domin waɗanda kake ƙauna su kuɓuta.
6 ପରମେଶ୍ୱର ଆପଣା ପବିତ୍ର ସ୍ଥାନରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍କୋତ ଉପତ୍ୟକାକୁ ମାପିବା।
Allah ya yi magana daga wurinsa mai tsarki, “Da nasara zan rarraba Shekem in kuma auna Kwarin Sukkot.
7 ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ଡ।
Gileyad nawa ne, Manasse kuma nawa ne; Efraim shi ne hular kwanona, Yahuda kuma sandar mulkina.
8 ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚଧ୍ୱନି କର।”
Mowab shi ne kwanon wankina, a kan Edom zan jefa takalmina; a bisa Filistiya zan yi kirarin nasara.”
9 କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ଦେଶ ପର୍ଯ୍ୟନ୍ତ କଢ଼ାଇ ନେବ?
Wa zai kawo ni birnin katanga? Wa zai bishe ni zuwa Edom?
10 ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।
Ba kai ba ne, ya Allah, kai da ka ƙi mu ba ka kuwa fita tare da mayaƙanmu?
11 ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।
Ka ba mu gudummawa a kan abokin gāba, gama taimakon mutum banza ne.
12 ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।
Tare da Allah za mu yi nasara, zai kuma tattake abokan gābanmu.