< ଗୀତସଂହିତା 60 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଶୂଷନ୍‍-ଏଦୁତ୍‍ ସ୍ୱରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍‍; ଅରାମନହରୟିମ୍‍ ଓ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଓ ଯୋୟାବ ଫେରି ଲବଣ ଉପତ୍ୟକାରେ ଇଦୋମୀୟ ବାର ହଜାର ଲୋକଙ୍କୁ ବଧ କରିବା ସମୟରେ ରଚିତ। ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର।
Kwa mwimbishaji. Mtindo wa “Shushani Eduthi.” Utenzi wa Daudi wa kufundisha. Wakati alipopigana na Waaramu kutoka Aramu-Naharaimu na Aramu-Soba, naye Yoabu akarudi nyuma na kuwaua Waedomu 12,000 katika Bonde la Chumvi. Ee Mungu, umetukataa na kutokea ghafula juu yetu, umekasirika: sasa turejeshe upya!
2 ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳଟଳ ହେଉଅଛି।
Umetetemesha nchi na kuipasua; uiponye mavunjiko yake, kwa maana inatetemeka.
3 ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।
Umewaonyesha watu wako nyakati za kukata tamaa; umetunywesha mvinyo unaotuyumbisha.
4 ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ। (ସେଲା)
Kwa wale wanaokucha wewe, umewainulia bendera, ili iweze kutwekwa dhidi ya upinde.
5 ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ।
Tuokoe na utusaidie kwa mkono wako wa kuume, ili wale uwapendao wapate kuokolewa.
6 ପରମେଶ୍ୱର ଆପଣା ପବିତ୍ର ସ୍ଥାନରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍କୋତ ଉପତ୍ୟକାକୁ ମାପିବା।
Mungu amenena kutoka patakatifu pake: “Nitaigawa Shekemu kwa ushindi na kulipima Bonde la Sukothi.
7 ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ଡ।
Gileadi ni yangu na Manase ni yangu; Efraimu ni kofia yangu ya chuma, nayo Yuda ni fimbo yangu ya utawala.
8 ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚଧ୍ୱନି କର।”
Moabu ni sinia langu la kunawia, juu ya Edomu natupa kiatu changu; nashangilia kwa kushindwa kwa Ufilisti.”
9 କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ଦେଶ ପର୍ଯ୍ୟନ୍ତ କଢ଼ାଇ ନେବ?
Ni nani atakayenipeleka hadi mji wenye ngome? Ni nani atakayeniongoza hadi nifike Edomu?
10 ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।
Ee Mungu, si ni wewe uliyetukataa sisi, na hutoki tena na majeshi yetu?
11 ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।
Tuletee msaada dhidi ya adui, kwa maana msaada wa mwanadamu haufai kitu.
12 ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।
Kwa msaada wa Mungu tutapata ushindi, naye atawaponda adui zetu.

< ଗୀତସଂହିତା 60 >