< ଗୀତସଂହିତା 60 >
1 ପ୍ରଧାନ ବାଦ୍ୟକର ନିମନ୍ତେ ଶୂଷନ୍-ଏଦୁତ୍ ସ୍ୱରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍; ଅରାମନହରୟିମ୍ ଓ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଓ ଯୋୟାବ ଫେରି ଲବଣ ଉପତ୍ୟକାରେ ଇଦୋମୀୟ ବାର ହଜାର ଲୋକଙ୍କୁ ବଧ କରିବା ସମୟରେ ରଚିତ। ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର।
ऐ ख़ुदा, तूने हमें रद्द किया; तूने हमें शिकस्ता हाल कर दिया। तू नाराज़ रहा है। हमें फिर बहाल कर।
2 ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳଟଳ ହେଉଅଛି।
तूने ज़मीन को लरज़ा दिया; तूने उसे फाड़ डाला है। उसके रख़्ने बन्द कर दे क्यूँकि वह लरज़ाँ है।
3 ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।
तूने अपने लोगों को सख़्तियाँ दिखाई, तूने हमको लड़खड़ा देने वाली मय पिलाई।
4 ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ। (ସେଲା)
जो तुझ से डरते हैं, तूने उनको एक झंडा दिया है; ताकि वह हक़ की ख़ातिर बुलन्द किया जाएं। (सिलाह)
5 ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ।
अपने दहने हाथ से बचा और हमें जवाब दे, ताकि तेरे महबूब बचाए जाएँ।
6 ପରମେଶ୍ୱର ଆପଣା ପବିତ୍ର ସ୍ଥାନରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍କୋତ ଉପତ୍ୟକାକୁ ମାପିବା।
ख़ुदा ने अपनी पाकीज़गी में फ़रमाया है, “मैं ख़ुशी करूँगा; मैं सिकम को तक़सीम करूँगा, और सुकात की वादी को बाटूँगा।
7 ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ଡ।
जिल'आद मेरा है, मनस्सी भी मेरा है; इफ़्राईम मेरे सिर का खू़द है, यहूदाह मेरा 'असा है।
8 ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚଧ୍ୱନି କର।”
मोआब मेरी चिलमची है, अदोम पर मैं जूता फेफूँगा; ऐ फ़िलिस्तीन, मेरी वजह से ललकार।”
9 କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ଦେଶ ପର୍ଯ୍ୟନ୍ତ କଢ଼ାଇ ନେବ?
मुझे उस मुहकम शहर में कौन पहुँचाएगा? कौन मुझे अदोम तक ले गया है?
10 ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।
ऐ ख़ुदा, क्या तूने हमें रद्द नहीं कर दिया? ऐ ख़ुदा, तू हमारे लश्करों के साथ नहीं जाता।
11 ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।
मुख़ालिफ़ के मुक़ाबले में हमारी मदद कर, क्यूँकि इंसानी मदद बेकार है।
12 ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।
ख़ुदा की मदद से हम बहादुरी करेंगे, क्यूँकि वही हमारे मुख़ालिफ़ों को पस्त करेगा।